ସାମ୍ନାକୁ ଆସିଲା ଦୁର୍ଘଟଣାଗ୍ରସ୍ତ ୟୁକ୍ରେନ୍‌ ବିମାନର ଭିଡିଓ

କିଏଭ୍‌,୧୦।୧: ଇରାନର ରାଜଧାନୀ ତେହେରାନ ବିମାନ ବନ୍ଦର ନିକଟରେ ବୁଧବାର ୟୁକ୍ରେନର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏବେ ଏହି ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି। ଯାହାକୁ ଦେଖିବା ପରେ ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ମିଳିପାରିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଏହି ବିମାନ ଦୁର୍ଘଟଣାରେ ୧୭୬ ଜଣଙ୍କ ମୃତ୍ୟୁ ହୋଇଥିଲା। ମିଶାଇଲ ଆକ୍ରମଣରେ ଏହି ବିମାନ ଧ୍ୱଂସ ହୋଇଥିବା ଆଶଙ୍କା କରାଯାଉଥିବା ବେଳେ ବିମାନ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଉଡ଼ାଣର କିଛି ସମୟ ପରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପୂର୍ବରୁ ବିମାନଟି ଏୟାରପୋର୍ଟ ଆଡ଼କୁ ଫେରିଆସିଥିଲା ବୋଲି ଇରାନର ଅଧିକାରୀମାନେ କହିଥିଲେ। ବିମାନର ଦୁଇ ଡାଟା ରେକର୍ଡର (ବ୍ଲାକ୍‌ବକ୍ସ) ମିଳିଥିଲା। କିନ୍ତୁ ତାହା ନଷ୍ଟ ହୋଇଯାଇଥିବା ପ୍ରକାଶ। ବୋଇଙ୍ଗ ୭୩୭-୮୦୦ ବୁଧବାର ସକାଳ ୬ଟା ୧୨ ମିନିଟରେ ତେହେରାନର ଇମାମ ଖୋମେନି ଅନ୍ତର୍ଜାତୀୟ ବିମାନବନ୍ଦରରୁ ୟୁକ୍ରେନ ରାଜଧାନୀ କିଏଭ ଅଭିମୁଖେ ଯାତ୍ରା ପାଇଁ ବାହାରିଥିଲା। ହେଲେ ଉଡ଼ାଣ ଆରମ୍ଭର ମାତ୍ର ୨ ମିନିଟ୍‌ ପରେ ରାଡାର ବାହାରକୁ ଚାଲିଯାଇଥିଲା। କଣ୍ଟ୍ରୋଲ ରୁମ ସହ ଯୋଗାଯୋଗ ବିଚ୍ଛିନ୍ନ ହେବାର କିଛି ସମୟ ପରେ ୪୫ କି.ମି. ଦୂର ଶାହରିଆର କାଉଣ୍ଟିସ୍ଥିତ ଖଲଜ୍‌ର ଏକ ଚାଷଜମିରେ ବିମାନ ଖସିପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri