ସାମ୍ନାକୁ ଆସିଲା ଶ୍ରୀଦେବୀଙ୍କ ମୃତ୍ୟୁର ଅସଲ କାରଣ

ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀ ବାଥ୍‌ଟବ୍‌ରେ ବୁଡ଼ି ପ୍ରାଣ ହରାଇଥିବା ଘଟଣାକୁ ତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରି ନ ଥିଲେ। ଏନେଇ ସେତେବେଳେ ନାନା ପ୍ରଶ୍ନ ଉଙ୍କି ମାରିଥିଲା। କିନ୍ତୁ ଏବେ ଏହି ଘଟଣାର ପ୍ରକୃତ କାରଣ ସାମ୍ନାକୁ ଆସିଛି। ଶ୍ରୀଦେବୀଙ୍କ ଜୀବନୀ ଉପରେ ‘ଶ୍ରୀଦେବୀ: ଦ ଏଟର୍ନାଲ ଗଡେସ୍‌’ ଲେଖିଥିବା ପୁସ୍ତକର ଲେଖକ ସତ୍ୟାର୍ଥ ନାୟକ ଏ ସମ୍ପର୍କରେ ତାଙ୍କ କଲମମୁନରେ ଏହାର ପର୍ଦ୍ଦାଫାଶ କରିଛନ୍ତି।

ଶ୍ରୀଦେବୀଙ୍କର ଲୋ-ବ୍ଲଡ୍‌ପ୍ରେସର ଥିଲା। ଏ ସମ୍ପର୍କରେ ଲେଖକ ଶ୍ରୀଦେବୀଙ୍କ କେତେକ ସମ୍ପର୍କୀୟଙ୍କ ମତ ମଧ୍ୟ ନେଇଛନ୍ତି। ସେମାନେ କହିଛନ୍ତି, ତାଙ୍କର ଲୋ-ବ୍ଲଡ୍‌ପ୍ରେସର ଥିଲା। ସେ ବାଥରୁମ୍‌ ଯାଇଥିବା ସମୟରେ ବାଥ୍‌ଟବ୍‌ରେ ପଡ଼ିଯାଇଥିଲେ। ଏହା ପରେ ସ୍ବାମୀ ବୋନି କପୁର ତାଙ୍କୁ ଅଚେତ ଅବସ୍ଥାରେ ଦେଖିଥିଲେ। ମାତ୍ର କେରଳର ଡିଜିପି କହିଥିଲେ, ଶ୍ରୀଦେବୀଙ୍କ ମୃତ୍ୟୁ ସାଧାରଣ ନୁହେଁ, ଏହା ଏକ ହତ୍ୟାକାଣ୍ଡ। ସେହିପରି ମୃତ୍ୟୁ ପ୍ରମାଣପତ୍ରରେ ଆଘାତ ଲାଗି ମୃତ୍ୟୁ ଘଟିଥିବା ଡାକ୍ତର ଦର୍ଶାଇଥିଲେ। ଏ ସମସ୍ତ କଥା ପ୍ରଶଂସକଙ୍କୁ ଦ୍ୱନ୍ଦ୍ୱରେ ପକାଇଥିଲା। ତେଣୁ ଲେଖକଙ୍କ ଦ୍ୱାରା ଏହି ରହସ୍ୟ ଉପରୁ ପରଦା ହଟିଛି।

ଉଲ୍ଲେଖଯୋଗ୍ୟ, ଦୁବାଇର ଏକ ହୋଟେଲ ବାଥ୍‌ଟବ୍‌ରେ ଶ୍ରୀଦେବୀ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗି ପ୍ରଚୁର ରକ୍ତ ବହୁଥିଲା। ୫୪ ବର୍ଷ ବୟସରେ ୨୪ ଫେବୃୟାରୀ ୨୦୧୮ରେ ଶ୍ରୀଦେବୀଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ସେତେବେଳେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri