Posted inଜାତୀୟ

‘ସାମ୍ବିଧାନିକ ଘୋଷଣା ହେଲେ ସିଏଏକୁ ରାଜ୍ୟ ବିରୋଧ କରିବା ସମସ୍ୟା ହେବ’

ନୂଆଦିଲ୍ଲୀ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପ୍ରତ୍ୟାହାର ପାଇଁ ସଂକଳ୍ପନାମା ଗୃହୀତ କରାଇବା ପ୍ରତି ରାଜ୍ୟ ବିଧାନସଭାର ସାମ୍ବିଧାନିକ ଅଧିକାର। ତେବେ ଯଦି ସୁପ୍ରିମକୋର୍ଟ ଏହି ଆଇନକୁ ସାମ୍ବିଧାନିକ ଘୋଷଣା କରନ୍ତି ତେବେ ଏହାକୁ ବିରୋଧ କରିବା ରାଜ୍ୟଗୁଡ଼ିକ ପାଇଁ ସମସ୍ୟା ହେବ ବୋଲି ବରିଷ୍ଠ କଂଗ୍ରେସ ନେତା କପିଲ ଶିବଲ କହିଛନ୍ତି। ସିଏଏ ପାର୍ଲାମେଣ୍ଟରେ ଗୃହୀତ ହୋଇସାରିଥିବାରୁ ଏହାକୁ କାର୍ଯ୍ୟକାରୀ କରିବା ବ୍ୟତୀତ ରାଜ୍ୟଗୁଡ଼ିକ ପାଖରେ ଅନ୍ୟ ବିକଳ୍ପ ନାହିଁ ବୋଲି ଦିନକ ପୂର୍ବରୁ ଶିବଲ କହିଥିଲେ। ଏହି ଆଇନ ଅସାମ୍ବିଧାନିକ ବୋଲି ତାଙ୍କର ବିଶ୍ୱାସ ରହିଛି। ତେଣୁ ରାଜ୍ୟ ବିଧାନସଭା ସିଏଏ ବିରୋଧରେ ପ୍ରସ୍ତାବ ଗୃହୀତ କରାଇ ଏହାକୁ ପ୍ରତ୍ୟାହାର କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିପାରିବେ। ଯେତେବେଳେ ଏବଂ ଯଦି ସିଏଏକୁ ସର୍ବୋଚ୍ଚ ଅଦାଲତ ସାମ୍ବିଧାନିକ ଘୋଷଣା କରିବେ, ସେତେବେଳେ ଏହାକୁ ବିରୋଧ କରିବା ସମସ୍ୟା ହେବ। ତେବେ ବିରୋଧ ଜାରି ରହିବା ଆବଶ୍ୟକ ବୋଲି କଂଗ୍ରେସ ନେତା ଟୁଇଟ୍‌ କରିଛନ୍ତି।
ଶନିବାର କେରଳ ସାହିତ୍ୟ ଉତ୍ସବ (କେଏଲ୍‌ଏଫ୍‌)ରେ ଶିବଲଙ୍କ ମନ୍ତବ୍ୟକୁ ନେଇ କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସମେତ ଅଣଭାଜପା ଶାସିତ ରାଜ୍ୟଗୁଡ଼ିକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଫଳରେ ସେ ରବିବାର ତାଙ୍କ ମତ ବଦଳାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri