Posted inଜାତୀୟ

ସାମ୍ବିଧାନିକ ପୀଠରେ ହେବ ସିଏଏ ଶୁଣାଣି

ନୂଆଦିଲ୍ଲୀ,୨୩ା୧(ପି.ଟି.): କେନ୍ଦ୍ର ସରକାରଙ୍କ ଯୁକ୍ତି ନ ଶୁଣି ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ୧୪୩ ପିଟିଶନ ଦାଏର ହୋଇଥିବାବେଳେ ଏହା ଉପରେ ୪ ସପ୍ତାହ ମଧ୍ୟରେ ଜବାବ ରଖିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦିଆଯାଇଛି। ୫ ଜଣିଆ ସାମ୍ବିଧାନିକ ପୀଠରେ ଏହି ମାମଲାର ଶୁଣାଣି ହେବ। ପିଟିଶନଗୁଡ଼ିକର ଶୁଣାଣି କରି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କେନ୍ଦ୍ରକୁ ନୋଟିସ ଜାରି କରିବା ସହ ବିଚାର ନ ସରିବା ପର୍ଯ୍ୟନ୍ତ ଏଭଳି ମାମଲାର ଶୁଣାଣିରୁ ହାଇକୋର୍ଟଗୁଡ଼ିକ ବିରତ ରହିବାକୁ କହିଛନ୍ତି। ସେହିପରି ଦେଶର ଅନ୍ୟଭାଗ ତୁଳନାରେ ଆସାମ ଓ ତ୍ରିପୁରାରେ ସିଏଏକୁ ନେଇ ଭିନ୍ନ ସମସ୍ୟା ରହିଥିବାରୁ ଉକ୍ତ ଦୁଇ ରାଜ୍ୟର ପିଟିଶନ ଅଲଗା ଶୁଣାଣି କରିବାକୁ ଖଣ୍ଡପୀଠ କହିଥିଲେ।
ମାମଲାକୁ ସାମ୍ବିଧାନିକ ପୀଠକୁ ପଠାଇବା ସହ ଏନ୍‌ପିଆର୍‌ କାର୍ଯ୍ୟକ୍ରମକୁ ଦୁଇମାସ ପାଇଁ ବନ୍ଦ ରଖିବାକୁ କେତେଜଣ ପିଟିଶନରଙ୍କ ତରଫରୁ ଅଦାଲତରେ ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଆଇନଜୀବୀ କପିଲ ଶିବଲ କହିଥିଲେ। ସେହିପରି ସିଏଏର କାର୍ଯ୍ୟକାରିତାକୁ ମଧ୍ୟ ସ୍ଥଗିତ ରଖିବା ପାଇଁ ସେ ଅଦାଲତଙ୍କୁ ଅନୁରୋଧ କରିଥିଲେ। ତେବେ କେନ୍ଦ୍ର ସରକାରଙ୍କ ଜବାବ ନ ଶୁଣି ସିଏଏ ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଉପରେ ସ୍ଥଗିତାଦେଶ ଦିଆଯିବ ନାହଁ ବୋଲି ଖଣ୍ଡପୀଠ କହିବା ସହ ୪ ସପ୍ତାହ ପରେ ଆବେଦନକାରୀମାନଙ୍କ ପାଇଁ କୌଣସି ଅନ୍ତରୀଣ ବ୍ୟବସ୍ଥା କରିବାକୁ କହିଥିଲେ। ୪ ସପ୍ତାହ ପରେ ମାମଲାର ଦୈନନ୍ଦିନ ଶୁଣାଣି ସମ୍ପର୍କରେ ଖଣ୍ଡପୀଠ ନିଷ୍ପତ୍ତି ନେବେ। ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ କୋର୍ଟଙ୍କୁ କହିଥିଲେ, ମୋଟ ୧୪୩ ପିଟିଶନ ମଧ୍ୟରୁ କେନ୍ଦ୍ରକୁ ୬୦ଟି ଆବେଦନର ନକଲ ମିଳିଛି। ସବୁ ଆବେଦନ ଉପରେ ଜବାବ ଦେବା ଲାଗି ସମୟ ଦରକାର ବୋଲି ସେ କହିଥିଲେ।
୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତକୁ ଚାଲିଆସିଥିବା ପଡୋଶୀ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନର ଅଣମୁସଲମାନ ଶରଣାର୍ଥୀମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ ପାଇଁ କେନ୍ଦ୍ର ସରକାର ସିଏଏ ଆଣିଛନ୍ତି। ୨୦୧୯ ଡିସେମ୍ବର ୧୨ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଥିଲେ। ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଇଣ୍ଡିଆନ ୟୁନିୟନ ମୁସ୍‌ଲିମ୍‌ ଲିଗ୍‌ (ଆଇୟୁଏମ୍‌ଏଲ୍‌), କଂଗ୍ରେସ ନେତା ଜୟରାମ ରମେଶ, ଆର୍‌ଜେଡି ନେତା ମନୋଜ ଝା, ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୈତ୍ର ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ପ୍ରମୁଖ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri