ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ସାରଙ୍ଗଡ ଡାକ୍ତରଖାନାର ୨ଡାକ୍ତରଙ୍କୁ କାରଣଦର୍ଶାଅ ନୋଟିଶ ଦେବା ସହ ଜଣେ ଷ୍ଟାଫନର୍ସ ଓ ଜଣେ ଆଟେଣ୍ଡାଣ୍ଟଙ୍କୁ ନିଳମ୍ବିତ କରିଛନ୍ତି।ସୂଚନାଯୋଗ୍ୟ ଯେ, କ.ନୂଆଗଁା ବ୍ଲକ ସାରଙ୍ଗଗଡ ଥାନା ବଣ୍ଡାଗୁଡା ଗ୍ରାମର ପଞ୍ଚାୟତ ରାତ୍ର ଜଗୁଆଳୀ ଦିଲୀପ ଦଳବେହେରା ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ସାରଙ୍ଗଗଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା। ମହାପ୍ରୟାଣ ଗାଡି ନ ମିଳିବାରୁ ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଠାରୁ ପ୍ରାୟ ୪ କିମି ଦୁର ବଣ୍ଡାଗୁଡାକୁ ଭାରରେ ବୋହି ନେଇଥିଲେ। ଏହି ଘଟଣା ଗଣମାଧ୍ୟମରେ ପ୍ରଚାରିତ ହେବା ପରେ ଜିଲା ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଉପଖଣ୍ଡ ଚିକିତ୍ସାଧିକାରୀଙ୍କ ରିପୋର୍ଟ ପାଇବା ପରେ ସିଡିଏମଓ ଉକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୩ ଦିନ ତଳେ ଦାରିଙ୍ଗିବାଡି ଅଞ୍ଚଳରେ ଏପରି ଖଟରେ ମୃତଦେହ ବୋହିନେବା ଘଟଣାରେ ସିଡିଏମ୍‌ଓ ଏକ ଗାଇଡ ଲାଇନ ଜାରି କରି ଏହାକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ମଧ୍ୟ ସାରଙ୍ଗଗଡ ଡାକ୍ତରଖାନାରେ ପୁଣି ମୃତଦେହ ଭାରରେ ବୁହାହେବା ଘଟଣାକୁ ଜିଲା ପ୍ରଶାସନ ଗୁରୁତର ସହ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri