ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ

କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍‌.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ବନ୍ଦନା କର ସମସ୍ତ ତଥ୍ୟ ଓ ପ୍ରମାଣ ଆଧାରରେ ମୁସ୍ତାକଙ୍କୁ ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି) ଦଫା ୩୬୭(ଏ)(ବି),୩୦୨ ଓ ପୋକ୍‌ସୋ ଆଇନର ଦଫା ୬ ଅନୁଯାୟୀ ଅଭିଯୁକ୍ତଙ୍କୁ ଏହି ଦଣ୍ଡ ଶୁଣାଇଛନ୍ତି। ଏହି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଦଫା ୩୬୪(ଏ) ପ୍ରମାଣିତ ହୋଇ ନ ଥିବାରୁ ଅଦାଲତ ତାଙ୍କୁ ଏଥିରୁ ମୁକ୍ତ କରିଛନ୍ତି। ବୁଧବାର ଅଦାଲତ ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅକ୍ଷୟ କୁମାର ନାୟକ ମାମଲା ପରିଚାଳନା କରୁଥିଲେ। ଏହି ମାମଲାକୁ ମିଶାଇ ଗତ ଦୁଇମାସ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାର ପୋକ୍‌ସୋ ଅଦାଲତ ୪ଜଣ ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ୨୦୧୮ ଏପ୍ରିଲ ୨୧ ସନ୍ଧ୍ୟାରେ ସାଲେପୁର ଥାନା ଅଞ୍ଚଳର ଜଣେ ୬ ବର୍ଷୀୟା ନାବାଳିକା ତାଙ୍କ ଭାଇଙ୍କ ସହ ଖେଳୁଥିଲେ। ମୁସ୍ତାକ ପହଞ୍ଚତ୍ ନାବାଳିକାଙ୍କୁ ଚକୋଲେଟ୍‌ ଦେବା ବାହାନାରେ ଏକ ଅନ୍ଧାରୁଆ ସ୍ଥାନକୁ ଟେକି ନେଇଥିଲେ। ସେଠାରେ ବଳାତ୍କାର କରିବା ପରେ ତାଙ୍କ ମୁଣ୍ଡକୁ ପଥରେ ଛେଚି ଦେଇଥିଲେ। ନାବାଳିକା ଜଣଙ୍କ ମରିଗଲେ ବୋଲି ଭାବି ମୁସ୍ତାକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ନାବାଳିକାଙ୍କୁ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ଏକ ଅନ୍ଧାରୁଆ ସ୍ଥାନରୁ ନାବାଳିକାଙ୍କୁ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କରିଥିଲେ। ଚିକିତ୍ସାଲାଗି ତାଙ୍କୁ ପ୍ରଥମେ ସ୍ଥାନୀୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୩ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରିଥିଲେ। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ବେ ଚିକିତ୍ସାଧୀନ ଅବସ୍ଥାରେ ଏପ୍ରିଲ୍‌ ୨୯ରେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଘଟଣାଦିନ ରାତିରେ ଫେରାର ହେବାକୁ ଉଦ୍ୟମ କରୁଥିବା ମୁସ୍ତାକଙ୍କୁ ସାଲେପୁର ପୋଲିସ ମାଳହାଟ ଅଞ୍ଚଳରୁ ଗିରଫ କରି ଆଇପିସି ଦଫା ୩୭୬(୨) (ଆଇ) (ଏମ୍‌)/୩୦୭
ଅଭିଯୁକ୍ତଙ୍କୁ ଫାଶୀ…
ଆଇପିସି, ପୋକ୍‌ସୋ ଆଇନର ଦଫା ୬ରେ ଏକ ମାମଲା(ନଂ.୮୧/୨୦୧୮) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିଲା। ଉକ୍ତ ମାମଲାରେ ପୋଲିସ ଘଟଣାର ମାତ୍ର ୧୯ଦିନରେ ୫ଶହ ପୃଷ୍ଠା ସମ୍ବଳିତ ଚାର୍ଜଶିଟ ଦାଖଲ କରିଥିଲା। କଟକର ପୋକ୍‌ସୋ ଅଦାଲତରେ ଏହି ସମ୍ବେଦନଶୀଳ ଘଟଣାର ତ୍ୱରିତ ଶୁଣାଣି ଆରମ୍ଭ ହୋଇଥିଲା। ମାମଲାରେ ୪୬ଜଣ ସାକ୍ଷୀଙ୍କ ମଧ୍ୟରୁ ୨୩ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ମୃତା ନାବାଳିକା ପରିବାରକୁ କଟକ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଓଡ଼ିଶା ପୀଡିତ କ୍ଷତିପୂରଣ ଯୋଜନାରେ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଦେଶର ବିଭିନ୍ନ ରାଜ୍ୟରେ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା ବୃଦ୍ଧି ପାଉଥିବାବେଳେ କେନ୍ଦ୍ର ସରକାର ପ୍ରୋଟେକ୍‌ଶନ୍‌ ଅଫ୍‌୍‌ ଚିଲ୍‌ଡ୍ରେନ୍‌ ଫ୍ରମ୍‌ ସେକ୍ସୁଆଲ୍‌ ଅଫେନ୍‌ସେସ୍‌(ପୋକ୍‌ସୋ) ଆଇନରେ ସଂଶୋଧନ ଆଣିବା ନିମନ୍ତେ ଅଧ୍ୟାଦେଶ ପାରିତ କରିଥିଲେ। କଟକ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତଙ୍କ ରାୟ ପୂର୍ବରୁ ୨୦୧୯ ଜୁଲାଇ ୨୭ରେ ଅନୁଗୋଳ ପୋକ୍‌ସୋ ଅଦାଲତ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଅନାମ ଦେହୁରୀ(୨୨)ଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଥିଲେ। ଅନ୍ୟ ଏକ ଘଟଣାରେ ମୟୂରଭଞ୍ଜ ଜିଲା ଏଡିଜେ ଅଦାଲତ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ବେତନଟୀ ଥାନା ଅଞ୍ଚଳର ଯାମିନୀକାନ୍ତ ମହନ୍ତଙ୍କୁ ଗତ ଅଗଷ୍ଟ ୨୮ରେ ଫାଶୀ ଦଣ୍ଡରେ ଦଣ୍ଡିତ କରିଥିଲେ। ସେହିପରି ଗତ ୧୦ରେ ଜଗତ୍‌ସିଂହପୁର ପୋକ୍‌ସୋ ଅଦାଲତ ଆଉ ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ କାଳିଆ ଓରଫ ଲବ ମାନା(୩୫)ଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri