ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯:  କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ ଅଦାଲତର ସ୍ବତନ୍ତ୍ର ଜଜ୍‌ ବନ୍ଦନା କର ଏହାର ଶୁଣାଣି କରି ଅଭିଯୁକ୍ତଙ୍କୁ ଭାରତୀୟ ପିଙ୍ଗଳ କୋଡ଼ ଧାରା ୩୬୩, ୩୦୨, ୩୭୬ ଏ ଓ ବି ଏବଂ ପୋକ୍ସୋ ଆଇନ ଧାରା ୬ ଅନୁଯାୟୀ ବୁଧବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଗୁରୁବାର ଅଦାଲତ ଦୋଷୀଙ୍କ ବିରୋଧରେ ଦଣ୍ଡବିଧାନ କରିବେ।
ମାମଲାର ବିବରଣୀରୁ ପ୍ରକାଶ, ୨୦୧୮ ଏପ୍ରିଲ ୨୧ ସନ୍ଧ୍ୟାରେ ସାଲେପୁର ଥାନା ଅଞ୍ଚଳର ୬ ବର୍ଷୀୟା ନାବାଳିକାକୁ ଚକୋଲେଟ୍‌ ଲୋଭ ଦେଖାଇ ତାଙ୍କ ପଡୋଶୀ ମୁସ୍ତାକ ଏକ ନିଛାଟିଆ ସ୍ଥାନକୁ ଡାକି ନେଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିବା ସହ ତଣ୍ଟି ଚିପି ଦେଇଥିଲେ। ନାବାଳିକା ମରିଗଲା ବୋଲି ଭାବି ମୁସ୍ତାକ ତାଙ୍କୁ ସେଠାରେ ଛାଡି ପଳାଇ ଯାଇଥିଲେ। ପରେ ନାବାଳିକାକୁ ମୁମୂର୍ଷୁ ଅବସ୍ଥାରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେହିମାସ ୨୯ରେ ତାଙ୍କର ମୃତ୍ୟୁ ଘଟିଥିଲା। ସାଲେପୁର ଥାନାର ଭାରପ୍ରାପ୍ତ ଇନ୍ସପେକ୍ଟର ଦେବେନ୍ଦ୍ର ମଲ୍ଲିକ ମାମଲାର ଅନୁସନ୍ଧାନ କରି ଫେରାର ହେବାକୁ ଉଦ୍ୟମ କରୁଥିବା ମୁସ୍ତାକଙ୍କୁ ଘଟଣା ଦିନ ରାତିରେ ମାଳହାଟ ନିକଟରୁ ଗିରଫ କରିଥିଲେ। ଏହି ଘଟଣାକୁ ନେଇ ସେତେବେଳେ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। କ୍ରାଇମବ୍ରାଞ୍ଚ ପୋଲିସ ଏହାକୁ ‘ରେଡ୍‌ ଫ୍ଲାଗ’ ମାମଲା ଶ୍ରେଣୀଭୁକ୍ତ କରିଥିଲା।
ମାମଲାର ତଦନ୍ତ କରି ଇନ୍ସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଅଭିଯୁକ୍ତ ମୁସ୍ତାକ ବିରୋଧରେ ଭାରତୀୟ ଦଣ୍ଡବିଧି ଆଇନର ୩୬୩, ୩୭୬, ୩୦୨ ଦଫା ଓ ପୋକ୍ସୋ ଆଇନର ଧାରା ୬ ଅନୁଯାୟୀ ପୀଡ଼ିତାଙ୍କ ମୃତ୍ୟୁର ୧୦ଦିନ ମଧ୍ୟରେ ଅର୍ଥାତ ମେ’ ୧୦ରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲେ। ପୋଲିସ ଅଭିଯୁକ୍ତଙ୍କ ପିନ୍ଧା ପୋଷାକ(ଯେଉଁଥିରେ ପୀଡିତା ନାବାଳିକାର ରକ୍ତ ଲାଗିଥିଲା) ଓ ଫରେନସିକ ଲାବରେଟୋରିର ରିପୋର୍ଟ ଅଦାଲତରେ ଉପସ୍ଥାପନ କରିଥିଲା। ମାମଲାର ବିଚାର କରି ଅଦାଲତ ୨୩ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରିବା ସହ ଅନ୍ୟାନ୍ୟ ପ୍ରମାଣ ଓ ଅଭିଯୁକ୍ତଙ୍କ ସ୍ବୀକାରୋକ୍ତିକୁ ଭିତ୍ତି କରି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଆଇନଜୀବୀ ଅକ୍ଷୟ ନାୟକଙ୍କୁ ସ୍ବତନ୍ତ୍ର ପିପି ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଏଥିରେ ସ୍ବତନ୍ତ୍ର ପିପି ରମେଶ ଚନ୍ଦ୍ର ମହାନ୍ତି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri