ସାଳନ୍ଦୀ ହସ୍ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା, ୧୨୦ ଶଯ୍ୟା ପ୍ରସ୍ତୁତ

ଭଦ୍ରକ ଅଫିସ,୮ା୪: କରୋନା ମହାମାରୀର ମୁକାବିଲା ଲାଗି ଜାରି ରହିଥିବା ଲକ୍‌ଡାଉନ୍‌ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲାଯାଉଛି। ଲକ୍‌ଡାଉନ୍‌ ସହିତ ଏରେଇଁ ପଞ୍ଚାୟତ, ଚରମ୍ପା ଷ୍ଟେଶନ ଅଞ୍ଚଳ ଏବଂ ପୁରୁଣାବଜାର ଅଞ୍ଚଳରେ ଏବେ ବି ସଟ୍‌ଡାଉନ୍‌ ଭଳି ସ୍ଥିତି ରହିଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକରେ କରୋନା ସନ୍ଦିଗ୍ଧ ଏବଂ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ଭାବେ ମୋଟେଲ ଛକସ୍ଥିତ ସାଳନ୍ଦୀ ଘରୋଇ ହସ୍ପିଟାଲକୁ ମନୋନୀତ କରାଯାଇଛି । ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସାଳନ୍ଦୀ ହସ୍ପିଟାଲ ବୁଲି ସେଠାରେ ୧୨୦ଟି ଶଯ୍ୟା ପ୍ରସ୍ତୁତ ହୋଇଥିବା ପ୍ରକାଶ କରିଛନ୍ତି। ଯେଉଁମାନେ ସନ୍ଦିଗ୍ଧ ସେହିମାନଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଏହି ହସ୍ପିଟାଲରେ ରଖି ଚିକିତ୍ସା କରାଯିବ । ଯଦି ସେମାନଙ୍କ ରକ୍ତ ନମୁନା ପଜିଟିଭ୍‌ ବାହାରିବ ଏବଂ ସେମାନେ ସ୍ବାଭାବିକ ଥିବେ ତେବେ ମଧ୍ୟ ସେମାନେ ଏହିଠାରେ ଚିକିତ୍ସିତ ହେବେ। ଯେଉଁମାନଙ୍କ ପାଇଁ ଆଇସିୟୁର ଆବଶ୍ୟକ ପଡ଼େ ସେମାନଙ୍କୁ କୋଭିଡ୍‌ ୧୯ ଆଇସିୟୁ ସୁବିଧା ଥିବା ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ। ଏହି କରୋନା ଚିକିତ୍ସା ନିମେନ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ବତନ୍ତ୍ର ଭାବେ ୬୮ଜଣ ସ୍ବାସ୍ଥ୍ୟ କର୍ମଚାରୀ ଏହି ହସ୍ପିଟାଲ ସଂଲଗ୍ନ ସାଳନ୍ଦୀ ନର୍ସିଂ ସ୍କୁଲ ହଷ୍ଟେଲରେ ରହି ଚିକିତ୍ସା ସେବା ପ୍ରଦାନ କରିବେ । ଜିଲାପାଳ ସାଳନ୍ଦୀ ହସ୍ପିଟାଲ ବୁଲି ଏହାର ପ୍ରସ୍ତୁତିକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି । ସେହିପରି ଜିଲାପାଳ ସଟ୍‌ଡାଉନ୍‌ ଥିବା ଏରେଇଁ ପଞ୍ଚାୟତର ବିଶୋଧୀକରଣ ବ୍ୟବସ୍ଥା ବୁଲି ତଦାରଖ କରିଛନ୍ତି । ଏହି ପଞ୍ଚାୟତର ସମସ୍ତ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳକୁ ବିଶୋଧୀକରଣ କରାଯାଉଛି । ସେହିପରି ଏହି ସଟ୍‌ଡାଉନ୍‌ ସମୟରେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଘରୁ ବାହାରିବାକୁ ମନା କରାଯାଇଛି। ଲୋକଙ୍କ ଆବଶ୍ୟକ ଥିବା ପରିବା, ଗ୍ରୋସରୀ ସାମଗ୍ରୀ ପ୍ରଶାସନ ପକ୍ଷରୁ ଟ୍ରଲି କିମ୍ବା ଅଟୋ ଯୋଗେ ଦୁଆରମୁହଁରେ ପହଞ୍ଚାଇବାର ବନ୍ଦୋବସ୍ତ କରିବାକୁ ଜିଲାପାଳ ଭଦ୍ରକ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଲକ୍‌ଡାଉନ୍‌ ସ୍ଥିତି କୋଭିଡ୍‌ -୧୯ କାର୍ଯ୍ୟରେ ନିୟୋଜିତ ତିହିଡ଼ି ବ୍ଲକରେ କାର୍ଯ୍ୟରତ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ କାହ୍ନୁ ଚରଣ ନାୟକଙ୍କୁ କାର୍ଯ୍ୟରେ ଅନୁପସ୍ଥିତ ରହିବା, କାର୍ଯ୍ୟରେ ଅବହେଳା ନିମନ୍ତେ ତାଙ୍କୁ ନିଲମ୍ବନ କରାଯାଇଛି । ଏଥି ସହିତ ସେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶାସନ ପକ୍ଷରୁ ସମଗ୍ର ଜିଲାରେ ମୋଟ ୨୧୩ଟି କେନ୍ଦ୍ରରେ ୧୭ ହଜାର ୯୪୮ଜଣଙ୍କୁ ମାଗଣା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri