ସୋସୋରେ ମାତିଛି ଦନ୍ତା: ଅଞ୍ଚଳବାସୀ ଭୟଭୀତ

ହାଟଡିହୀ,୨୩ା୪(ଡି.ଏନ୍‌.ଏ.) : କରୋନା ସାଙ୍ଗକୁ ହାତୀ ଭୟ ଏବେ ଲୋକଙ୍କୁ ଚିନ୍ତାରେ ପକାଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଅଞ୍ଚଳରେ ଏକ ଦନ୍ତା ମାତିଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଥିସହ ହାତୀଟି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଚାଲିଛି। ବାଡ଼ିବଗିଚାରେ ପଶି ପନିପରିବା ନଷ୍ଟ କରୁଥିବାରୁ ଚାଷୀ ବ୍ୟାପକ କ୍ଷତି ସହିଛନ୍ତିି। ଅନ୍ୟପକ୍ଷରେ ହଦଗଡ଼ ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଇଛି। ପୂର୍ବରୁ ଏହି ଅଞ୍ଚଳରେ ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ଘଟିସାରିଛି। ବୁଧବାର ହାତୀଟି ଗିରିଶ ନାୟକ, ପ୍ରଣବ ମହାନ୍ତି, ବିପିନ ରାଉତଙ୍କ ବାଡ଼ିରେ ପଶି ପନିପରିବା ଖାଇବା ସହ ଦଳିଚକଟି ନଷ୍ଟ କରିଦେଇଛି। ଫଳରେ ସନ୍ଧ୍ୟା ହେଲେ ଲୋକେ ତାଟିକବାଟ ପକାଇ ଦେଉଛନ୍ତି। ହାତୀ ଉପଦ୍ରବ ଭୟରେ କେହି ବାହାରକୁ ବାହାରୁ ନାହାନ୍ତି। ତେବେ କ୍ଷତିପୂରଣ ପାଇଁ ଚାଷୀ ବୈଲୋଚନ ନାୟକ, ମମି ନାୟକ, ଦୀନବନ୍ଧୁ ପଣ୍ଡିତ, ପ୍ରୀତିଲତା ନାୟକ, ସୋନୁ ରାଉତ, କୈଳାସ ନାୟକ, ଅଶୋକ ମହାନ୍ତି, ଭରତ ରାଉତ, ବାବାଜୀ ରାଉତ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri