ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି। ସକୁଲୁଙ୍କ ଏଭଳି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ପଞ୍ଚାୟତ ବଣଗଡ଼ିଆରେ।
ରବିବାର ସତ୍ୟବ୍ରତ ପାତ୍ର ଓ ତାଙ୍କ ସ୍ତ୍ରୀ କେତକୀ ୩ ପିଲାଙ୍କୁ ଘରେ ଛାଡି ଅନ୍ୟତ୍ର କାମ କରିବାକୁ ଯାଇଥିଲେ। ଅପରାହ୍ନରେ ତାଙ୍କ ଘରେ ଅକସ୍ମାତ ନିଆଁ ଲାଗିଯାଇଥିଲା। ଘର ବାହାରେ ଦୁଇ ପୁଅ ଝିଅ ଖେଳୁଥିବା ବେଳେ ସାନ ପୁଅ ସରୋଜ ଘର ଭିତରେ ଶୋଇଥିଲେ। ଅଗ୍ନିକାଣ୍ଡର କାରଣ ଜଣା ନ ଥିଲା ା ବାହାରେ ଖେଳୁଥିବା ଦୁଇ ଭାଇ ଭଉଣୀ ଚିତ୍କାର କରିବାରୁ ହଠାତ୍‌ ଜଣେ ମହିଳା ସାନ ପୁଅ ସରୋଜଙ୍କୁ ଖୋଜିଥିଲେ। ସେ ଘର ଭିତରେ ରହିଯାଇଥିବା ଜଣାପଡ଼ିଥିଲା ା ସେତେବେଳକୁ ନିଆଁ ଘର ଛପର ଧରିନେଇଥିଲା। ସାହି ଲୋକେ କେହି ଘର ମଧ୍ୟକୁ ପଶିବାକୁ ସାହସ କରୁ ନ ଥିବା ବେଳେ ସକୁଲୁ କିଛି ଖାତର ନ କରି ଜଳନ୍ତା ଘର ମଧ୍ୟକୁ ପଶିଯାଇ ତାଙ୍କୁ ଉଦ୍ଧାର କରିଥିଲେ। ସକୁଲୁ ଜଣେ ଶ୍ରମିକ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri