ସାହସିକତା ପୁରସ୍କାର ପାଇଁ ୨ ଛାତ୍ରଙ୍କ ନାମ ସୁପାରିଶ

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- କୋରେଇ ବ୍ଲକ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ଗଣେଶ ପୂଜାଦିନ ପୋଖରୀରେ ବୁଡ଼ି ଯାଉଥିବାବେଳେ ୨ଜଣ ୮ମ ଣ୍ରେଣୀ ଛାତ୍ର ତାଙ୍କୁ ଉଦ୍ଧାର କରିଥିଲେ। ନିଜ ଜୀବନକୁ ବାଜି ଲଗାଇ ଉକ୍ତ ଦୁଇ ଛାତ୍ରଙ୍କ ଏଭଳି କାର୍ଯ୍ୟ ପ୍ରଶଂସନୀୟ ହୋଇଥିଲା। ଶନିବାର ଜିଲାପାଳ ରଞ୍ଜନ କୁମାର ଦାସ ଉଦ୍ଧାର କରିଥିବା ଏହି ୨ ଛାତ୍ରଙ୍କୁ ରାଜ୍ୟ ଓ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ ପାଇଁ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଥିବା ଜଣାପଡିଛି। ସୂଚନା ଯେ, ଗତ ୨ତାରିଖ ଦିନ ଗଣେଶ ପୂଜା ଦିନ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଅବଦୁଲ ନଜିମ୍‌ ଖାଁଙ୍କ ୬ବର୍ଷର ଶିଶୁପୁତ୍ର ଘରକୁ ଫେରୁଥିବାବେଳେ ସ୍କୁଲ ନିକଟରେ ଥିବା ଏକ ପୋଖରୀରେ ଗଳି ପଡିଥିଲେ। ଏହି ସମୟରେ ଏହି ରାସ୍ତା ଦେଇ ୮ମ ଶ୍ରେଣୀରେ ପଢ଼ୁଥିବା ୨ ଛାତ୍ର ସେକ୍‌ ତସିଫ୍‌ ରାଜା ଓ ମହମ୍ମଦ ସୋଏବ ନିଜ ଜୀବନକୁ ବିପନ୍ନ କରି ପୋଖରୀକୁ ଡ଼େଇଁ ତାଙ୍କୁ ଉଦ୍ଧାର କରିଥିଲେ। ଏହି ଘଟଣାଟି ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହି ୨ ଛାତ୍ରଙ୍କୁ ସାହସିକତା ପୁରସ୍କାର ପ୍ରଦାନ ପାଇଁ ସ୍ଥାନୀୟ ଅଞ୍ଚଳରେ ମଧ୍ୟ ଦାବି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri