ସାହାଯ୍‌ ଆଶ୍‌ରେ ପକ୍ଷାଘାତ ରୁଗୀ

ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍‌ ଅଧୀନ କହ୍ନେଇଛାପର ଗଁ।ର ଖଇରାପଡ଼ା। ଇ ପଡ଼ାରେ ଆଦିବାସୀ ସମାଜର ଉଦ୍ଧବ ଭୋଇ(୫୨)କଁର ଘର। ମାଏକିନା ବତୀ ଭୋଇ ଆର ଝି’ ପ୍ରେମଶୀଳାକେ ନେଇ ତାକର ସୁଖର ସଁସାର। ଜମିବାଡ଼ି ବଲି କହିଛି ନାଇଁ, ମୂଲୁ ସୁଖ୍‌ବାସୀ ଆନ୍‌। ପରହର ଘରେ କାମ୍‌ବୁତା କରବାର ସଂଗେ ଜଂଗ୍‌ଲୁ ସରଗୀ ପତର ଠୁଲେଇ ଖଲିଦନା ଟିପି ସେଟା ବିକାଭଂଗା କରି ପରିବାରଟା ଖୁସିରେ ଚଲୁଥିଲେ। ହେଲେ ଦୁଖର କଥା ଆଏଜ୍‌କେ ୬ ବଛର ତଲେ ହଠାତ୍‌ ଉଦ୍ଧବ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ।ତ ହେଲେ। ଘରର ଗୁଟେ ବଲି ରୁଜ୍‌ଗାରିଆ ଲୋକ୍‌ ଖଟେ ପଡ଼ି ରହିଲାବେଲେ ପରିବାର ଲୋକ ଦୁଖେ ଭାଂଗିପଡ଼ଲେ। ସେ ଝି’ ବିହା କରବାର ଲାଗି ଯାହା ଠୁଲେଇ କରି ରଖିଥିଲେ ଆର ଲାଗେଲେସରମାନକରନୁ ଧାର ଉଧାର କରି ଭିନେ ଭିନେ ଡାକ୍‌ତରଖାନା ଯାଇ ଚିକିସତ୍ା କରାଲେ। ହେଲେ କିଛି ଲାଭ ନାଇଁ ହେଲା। ଇଆଡ଼େ ଅଭାବ ଅନାଟନ ଲାଗି ପରିବାର ଲୋକ ଉଦ୍ଧବକେ ଉଷୋକଷା କାଣା ଦେବେ ଭଲକରି ମୁଠେ ଖାଏବାକେ ନାଇଁ ଦେଇପାରବାର। ଘରର ମୁରଧନିଅଁ। ଲୋକ୍‌ ରୋଗ୍‌ରେ ଖଟେ ପଡ଼ି ରହିଲାବେଲେ ପରିବାରଟା ପୂରା ଅସାହା ହେଇଯାଇଛନ୍‌। ଉଦ୍ଧବ ଉଠାବସା ନାଇଁ କରିପାରବାର ଲାଗି ମାଏକିନା ବତୀ ତାକର ଖାନାପିନାନୁ ମୂଲ କରି ଝାଡ଼ାଝପଟ, ଗଧାମଖା କଥା ବୁଝୁଛନ୍‌। ପରିବାର ସରକାରୀ ଯୋଜନାରେ ଗୁଟେ ପ୍ରଧାନମନ୍ତ୍ରୀ ଆବାସ ଘର ପାଇଥିଲାବେଲେ ମାସିକ ୧୫ କେ.ଜି. ଚାଉଲ ପାଉଛନ୍‌। ହେଲେ ଇ ଅଭାବ ଅନାଟନରେ ଉଦ୍ଧବକଁର ଚିକିସତ୍ା ଆର ଝି’ର ବିହାଘର କେନ୍‌ଥେଇ ହେବା ସେ ଚିନ୍‌ତାରେ ବତୀ ହରମେଶା ଘାରି ହେଉଛନ୍‌। ଏନ୍‌ତା ଦୁରଦିନ୍‌ରେ ଗତି କରୁଥିବାର ପରିବାରକେ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ପଡ଼ାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri