ସାହିତ୍ୟ ପ୍ରତି ରୁଚି ରହୁ

ବଇଣ୍ଡା,୧୬।୬(ଡି.ଏନ.ଏ.)-ଆଧୁନିକ ଯୁଗରେ ପୁରାତନ ସଂସ୍କୃତି ଲୋପ ପାଇବାରେ ଲାଗିଛି। ହେଲେ କେତେକ କବିଙ୍କ ଯୋଗୁ ସାହିତ୍ୟ ବଞ୍ଚି ରହିଛି। ଓଡ଼ିଆ ଭାଷାକୁ ସାରା ଦେଶରେ ପରିଚିତ କରିବା ପାଇଁ କବିମାନେ ବହୁ ପରିଶ୍ରମ କରିଆସୁଛନ୍ତି। ତେଣୁ ସମସ୍ତେ ଏଥିପ୍ରତି ଗୁରୁତ୍ୱ ଦେଇ ସାହିତ୍ୟ ପ୍ରତି ସମସ୍ତଙ୍କ ରୁଚି ରହିବା ଆବଶ୍ୟକ ବୋଲି ଶନିବାର କିଶୋରନଗର ବ୍ଲକ ବଣିନାଳୀ ବିଶ୍ୱ ଯୁବକେନ୍ଦ୍ର ପରିସରଠାରେ ତ୍ରିଧାରା ସାହିତ୍ୟ ସଂସଦ ଓ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆୟୋଜିତ ତ୍ରିଧାରା ସାହିତ୍ୟ ସଂସଦର ଶିଶୁ ପତ୍ରିକା ‘ତୁଳସୀ’ ପୁସ୍ତକର ଉନ୍ମୋଚିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ଏହା କହିଛନ୍ତି। ବିଶ୍ୱ ଯୁବକେନ୍ଦ୍ର ସଭାପତି ଡ. ନନ୍ଦକିଶୋର ମହାକୁଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ କିଶୋରନଗର ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ, ତ୍ରିଧାରା ସାହିତ୍ୟ ସଂସଦର ସଭାପତି ଶିବତ୍ସ ପ୍ରଧାନ, ବଇଣ୍ଡା ଛକ ବିକାଶ ପରିଷଦର ସମ୍ପାଦକ ଜିତେନ୍ଦ୍ର ବେହେରା, ପ୍ରଦୀପ ଘିଓ୍ବାଲା, ତ୍ରିଧାରା ସାହିତ୍ୟ ସଂସଦର କୋଷାଧ୍ୟକ୍ଷ ସୁଜିତ୍‌ ରଣା, ବିଶ୍ୱ ଯୁବକେନ୍ଦ୍ରର ସହସମ୍ପାଦକ ରଜନୀକାନ୍ତ ଦେହୁରି, ଘନଶ୍ୟାମ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ବିଶ୍ୱ ଯୁବକେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ସଂସଦର ସମ୍ପାଦକ ଚନ୍ଦ୍ର ମିଶ୍ର ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ବଇଣ୍ଡା ଅଞ୍ଚଳର ୧୦ ଦଫା ସମ୍ବଳିତ ଏକ ଦାବିପତ୍ର ବିଶ୍ୱ ଯୁବକେନ୍ଦ୍ରର ସମ୍ପାଦିକା ନମିତା ପ୍ରଧାନ ବିଧାୟକ ସାଏଙ୍କୁ ପ୍ରଦାନ କରିଥିଲେ। ଏଥିରେ ବଣିନାଳୀ, ଲୁହାମୁଣ୍ଡା ସଂର୍କୀତ୍ତନ ମଣ୍ଡଳୀ ସହ ବୁଦ୍ଧିଜୀବୀ, ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri