‘ସାହିତ୍ୟରେ ନାରୀସ୍ବର ଶାଣିତ ରହିଛି’

ବଲାଙ୍ଗୀର ଅଫିସ, ୧୪ା୧
ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ୧୫ତମ ବଲାଙ୍ଗୀର ବହିହାଟର ପଞ୍ଚମ ସନ୍ଧ୍ୟା ସୋମବାର ସାହିତ୍ୟରେ ନାରୀ ସ୍ବର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ ଯୋଗଦାନ କରିଥିଲେ ା କବୟିତ୍ରୀ ମଞ୍ଜୁବାଳା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଅତିଥିଭାବେ ଲେଖିକା ସ୍ବପ୍ନା ବେହେରା, ଆଲୋଚିକା ଭାବେ ବରଗଡ ଜିଲା ସୋହେଲାର ଅଧ୍ୟାପିକା ଜୟଶ୍ରୀ ସାହୁ, ବଲାଙ୍ଗୀରର କବୟିିତ୍ରୀ କସ୍ତୁରୀ ରଥ, ବେଲପଡାର ଗାଳ୍ପିକା ଯାଜ୍ଞସେନୀ ହୋତା, ପାଟଣାଗଡର ଉପନ୍ୟାସିକା ସୁରୁଚି ମିଶ୍ର, ବରଗଡର ଗାଳ୍ପିକା ପ୍ରବାସିନୀ ହୋତା, ଡୁଙ୍ଗୁରିପାଲିର ଗାଳ୍ପିକା ହେମାଙ୍ଗିନୀ ଦାଶ ଯୋଗଦାନ କରିଥିଲେ ା ଯୁଗ୍ମ ସମ୍ପାଦକ ଅରବିନ୍ଦ ବାଗ ସ୍ବାଗତ ଭାଷଣ ଦେଇଥିବାବେଳେ ସମ୍ପାଦକ କପିଳେଶ୍ୱର ଖମାରୀ ଅତିଥି ପରିଚୟ ପ୍ରଦାନ କରିଥିଲେ ା ମୁଖ୍ୟଅତିଥି ବିଧାୟକ ମହାଲିଙ୍ଗ ତାଙ୍କ ବକ୍ତବ୍ୟରେ ବହିହାଟ, ସାମ୍ପ୍ରତିକ ଯୁବକଙ୍କ ଆଦର ଓ ଇ-ଲାଇବ୍ରେରୀ କଥା କହିଥିଲେ ା ଆଲୋଚକାମାନେ ସାହିତ୍ୟରେ ନାରୀସ୍ବର କଥା କହି ନାରୀ ସ୍ବର ଶାଣିତ ରହିଛି ବୋଲି କହିଥିଲେ ା ନାରୀ ଭିତର ଅଭିବ୍ୟକ୍ତି ସାହିତ୍ୟକୁ ସମୃଦ୍ଧ କରିଛି ା ନାରୀର ଦୁଃଖ, କଷଣ, ଯାତନା ସହ ପ୍ରେମ, ଶ୍ରଦ୍ଧା, ମମତା ଓ ଆଦର କଥା ସାହିତ୍ୟକୁ ରୁଦ୍ଧିମନ୍ତ କରିବା ସହ ସମାଜକୁ ସଚେତନ କରିଛି ବୋଲି କହିଥିଲେ ା ସଭାରେ ପରିଷଦ ସଭାପତି ମଳୟ ମିଶ୍ର ବକ୍ତବ୍ୟ ରଖିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri