Posted inଜାତୀୟ

‘ସିଂଘମ ରିଟର୍ଣ୍ଣସ୍‌’ ଲେଖି କେଜରିଓ୍ବାଲଙ୍କ ଫଟୋସହ ପୋଷ୍ଟର ଦେଖାଇଲେ ପ୍ରଶଂସକ

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ର ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ଦିଲ୍ଲୀବାସୀଙ୍କ ଖୁସି କହିଲେ ନ ସରେ। କେହି କେହି କେଜରିଓ୍ବାଲଙ୍କୁ ‘ସିଂଘମ’ ବୋଲି ସମ୍ବୋଧନ କରିଥିବା ବେଳେ ଆଉ କିଏ ତାଙ୍କୁ ‘ନାୟକ’ ବୋଲି ମଧ୍ୟ କହିଛନ୍ତି। ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ସିଂଘମ’ ଷ୍ଟାଇଲରେ ଲୋକେ ପୋଷ୍ଟରରେ ‘ସିଂଘମ ରିଟର୍ଣ୍ଣସ୍‌’ ଲେଖିବା ସହ ଦଳୀୟ ଚିହ୍ନ ଧାଡୁ ଧରିଥିବା ଅବସ୍ଥାରେ କେଜରିଓ୍ବାଙ୍କ ଫଟୋକୁ ସେଥିରେ ସ୍ଥାନ ଦିଆଯାଇଛି। ଏହା ସହ ପୋଷ୍ଟରରେ ଆହୁରି ମଧ୍ୟ ଲେଖାଯାଇଛି ଦେଶ ଏବେ ହିନ୍ଦୁ ମୁସ୍‌ଲିମ ନୁହେଁ କାମ ଅନୁଯାୟୀ ଚାଲିବ। ପରୋକ୍ଷରେ ଏହା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି କୁହାଯାଇଛି ବୋଲି ଆଲୋଚନା ହେଉଛି। ଅନ୍ୟପଟେ ଆଉ ଏକ ପୋଷ୍ଟରରେ ‘ନାୟକ ୨ କମ୍‌ ବ୍ୟାକ୍‌ ଏଗେନ୍‌’ବୋଲି ଲେଖାଯିବା ସହ ବଲିଉଡ୍‌ ଫିଲ୍ମ ‘ନାୟକ’ର ଲିଡ ରୋଲରେ ଥିବା ଅନିଲ କପୁରଙ୍କ ଫଟୋ ସହ କେଜରିଓ୍ବାଲଙ୍କ ଫଟୋ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗତ ବିଧାନସଭା ନିର୍ବାଚନରେ ଏଏପି ମୋଟ ୭୦ ଆସନରୁ ୬୨ରେ ବିଜୟ ଲାଭ କରି ଏବେ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri