ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ ରୀତିନୀତିରେ ଗୋସାଣୀ ଭସାଣି ପର୍ବ ଅନୁଷ୍ଠିତ ହୋଇଛି। ବୁଧବାର ସନ୍ଧ୍ୟାରେ ପୁରୀ ସହରର ବିଭିନ୍ନ ମଣ୍ଡପରୁ ଗୋସାଣୀ, ନାଗା ବାଜା ବାଣ ଶୋଭାଯାତ୍ରାରେ ସାହି ପରିକ୍ରମା କରି ଶ୍ରୀମନ୍ଦିର ସିଂହଦ୍ୱାରରେ ଏକାଠି ହୋଇଥିଲେ। ସେଠାରେ ମେଳଣ ପରେ ଗୋସାଣୀ, ନାଗାମାନଙ୍କୁ ମଙ୍ଗଳାଘାଟ ନିକଟ ଅସ୍ଥାୟୀ ପୁଷ୍କରିଣୀରେ ବିସର୍ଜନ କରାଯାଇଥିଲା।
ଶାରଦୀୟ ପୂଜା ଅବସରରେ ବିଭିନ୍ନ ମଣ୍ଡପରେ ଗୋସାଣୀ, ନାଗା ପୂଜା ପାଇଥିଲେ। କାକୁଡ଼ି ଖାଇ, ଷ୍ଟେଶନ ବଜାର, ମାର୍କେଟ ଛକ, ବଡ଼ଶଙ୍ଖ ଓ ଦୁର୍ଗାବାଡ଼ିିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଇଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଗା ମୂର୍ତ୍ତି ବିସର୍ଜିତ ହୋଇଥିଲେ। ପରମ୍ପରା ଅନୁଯାୟୀ, ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରେ ଗୋସାଣୀ ବିସର୍ଜନ ଅନୁଷ୍ଠିତ ହୋଇଥିଲା। ଗୋସାଣୀ ଓ ନାଗା ପଟୁଆରରେ ପୂଜାମଣ୍ଡପରୁ ସିଂହଦ୍ୱାର ସମ୍ମୁଖକୁ ଆସି ମେଳଣରେ ସାମିଲ ହୋଇଥିଲେ। ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ବାରବାଟି ଗୋସାଣୀ, ଦୋଳମଣ୍ଡପ ସାହିର ଗୋସାଣୀ ଜହ୍ନିଖାଇ ଠାକୁରାଣୀ, ହରଚଣ୍ଡୀ ଗୋସାଣୀ, ବନଦୁର୍ଗା, ଗେଲବାଇ, ହଜୁରୀ ଗୋସାଣୀ, ଶୂନ୍ୟ ଗୋସାଣୀ, ବାସେଳିସାହିର ବନଦୁର୍ଗା, ଭୋଗଜାଗା ଗୋସାଣୀ, ଜହ୍ନିଖାଇ ପ୍ରମୁଖ ମେଳଣରେ ସାମିଲ ହୋଇ ଭସାଣିକୁ ଯାଇଥିଲେ। ସେହିପରି ପୁରୀ ସହରର ଅନ୍ୟତମ ଆକର୍ଷଣ ହେଉଛି ନାଗା ପରମ୍ପରା। ମେଳଣରେ ବାଲିସାହି, ହରଚଣ୍ଡୀ ସାହି, ପଶ୍ଚିମଦ୍ୱାର, ବଳଗଣ୍ଡି, ନରେନ୍ଦ୍ରକୋଣ ପ୍ରଭୃତି ସାହିର ନାଗା ମୂର୍ତ୍ତି ମଧ୍ୟ ସାମିଲ ହୋଇଥିଲେ। ମେଳଣର ସବୁଠୁ ଆକର୍ଷଣ ଥିଲା ସମ୍ପାତି ଚଢେଇ। ଦଶହରା ବେଳେ ଲୋକଙ୍କୁ ଏହି ମୂର୍ତ୍ତିମାନଙ୍କୁ ଗୋଟିଏ ସ୍ଥାନରେ ଦେଖିବାର ସୁଯୋଗ ଦେବା ଲକ୍ଷ୍ୟରେ ସିଂହଦ୍ୱାର ସମ୍ମୁଖରେ ଦେବୀ ସଭାର ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri