ସିଆର୍‌ପିଏଫ୍‌ କ୍ୟାମ୍ପରେ ସ୍ବାଧୀନତା ଦିବସ, ରକ୍ଷାବନ୍ଧନ

ରାୟଗଡ଼ା ଅଫିସ, ୧୫।୮- ରାୟଗଡାସ୍ଥିତ ସିଆର୍‌ପିଏଫ୍‌ର ୪ର୍ଥ ବାଟାଲିୟନ କ୍ୟାମ୍ପରେ ଗୁରୁବାର ସ୍ବାଦୀନତା ଦିବସ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଛି। ୪ର୍ଥ ବାଟାଲିୟନ କମାଣ୍ଡାଣ୍ଟ ଓ୍ବାଇ.କେ ରାଜପୁତ ଜାତୀୟ ପତାକା ଉତ୍ତୋଳନ କରି ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେପକାଇଥିଲେ। ଏହି ଅବସରରେ ସିଆର୍‌ପିଏଫ୍‌ ଯବାନଙ୍କୁ ସେମାନଙ୍କ ସାହସିକତା ପାଇଁ ସମ୍ମାନିତ କରାଯାଇଥିଲା। ଏହାପରେ ଯବାନମାନେ ସେବା ସମାଜ ଅନାଥ ଆଶ୍ରମ ଓ ଶକ୍ତି ଜରାଶ୍ରମକୁ ଯାଇ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ପରେ ରାୟଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟ, ସ୍ବାମୀ ବିବେକାନନ୍ଦ ଛାତ୍ରୀଛାତ୍ର ଓ ଈଶ୍ୱରୀୟ ପ୍ରଜାପିତା ବ୍ରହ୍ମାକୁମାରୀ ଅନୁଷ୍ଠାନ ଭଉଣୀମାନେ ଯବାନଙ୍କୁ ରାଖୀ ବାନ୍ଧିଥିଲେ। ଯବାନମାନେ ଦେଶ ଓ ଏହାର ନାଗରିକଙ୍କୁ ସବୁବେଳେ ସୁରକ୍ଷା ଦେଉଥିବାରୁ ଆମେ ତାଙ୍କୁ ରାଖୀ ବାନ୍ଧିଛୁ ବୋଲି ଛାତ୍ରୀଛାତ୍ରମାନେ କହିଥିଲେ। ଏହି କାର୍ଯ୍ୟକ୍ରମରେ ସେକେଣ୍ଡ ଇନ୍‌ କମାଣ୍ଡାଣ୍ଟ ମିଟୁ ରୟ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁମନ ମିଶ୍ର, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଲକ୍ଷ୍ମୀ ନାରାୟଣଙ୍କ ସମେତ ଅନ୍ୟ ଯବାନମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri