ସିଇଓଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ:ଯୋଗଦେଲେନି କଂଗ୍ରେସର ପ୍ରତିନିଧି

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନିମନ୍ତେ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସୁରେନ୍ଦ୍ର କୁମାର ଭାରତ ନିର୍ବାଚନ ଆୟୋଗଙ୍କ ଦ୍ବାରା ବିଜେପୁର ଉପନିର୍ବାଚନ ପାଇଁ ଜାରି କରାଯାଇଥିବା ବିଜ୍ଞପ୍ତି, ନାମାଙ୍କନପତ୍ର ଦାଖଲର ଶେଷ ତାରିଖ, ନାମାଙ୍କନପତ୍ର ଯାଞ୍ଚ, ପ୍ରତ୍ୟାହାର, ମତଦାନ ତାରିଖ ଓ ଭୋଟ ଗଣତି ସହ ନିର୍ବାଚନ ପ୍ରକ୍ରିୟା ଶେଷ ଇତ୍ୟାଦି ତଥ୍ୟଗୁଡ଼ିକୁ ବୈଠକରେ ଅବଗତ କରାଇଛନ୍ତି। ବୈଠକରେ ଉପସ୍ଥିତ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ଅବଗତ କରାଇବା ପରେ ଆସନ୍ତା ଉପନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ଉପରେ ସୁରେନ୍ଦ୍ର କୁମାର ସେମାନଙ୍କ ସହଯୋଗ କାମନା କରିଛନ୍ତି। ବୈଠକରେ ବିଜେଡି ଓ ଭାଜପା ସଦସ୍ୟ ଉପସ୍ଥିତ ଥିବାବେଳେ କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳର ପ୍ରତିନିଧିମାନେ ଅନୁପସ୍ଥିତ ରହିଥିଲେ। ଉପନିର୍ବାଚନ ଘୋଷଣା ଦିନଠାରୁ ସମଗ୍ର ବରଗଡ଼ ଜିଲାରେ ଆଦର୍ଶ ଆଚରଣବିଧି ଲାଗୁ କରାଯାଇଛି। ସର୍ବସାଧାରଣ କୋଠାଗୁଡିକରେ ନିର୍ବାଚନ ସମ୍ପର୍କିତ ବ୍ୟାନର, ହୋଡିଂ ଓ ପୋଷ୍ଟର ଗୁଡ଼ିକୁ ନ ଲଗାଇବା ପାଇଁ ରାଜନୈତିକ ଦଳ ଓ ସେମାନଙ୍କ କର୍ମୀମାନଙ୍କୁ ଅନୁରୋଧ କରାଯାଇଛି। ନାମାଙ୍କନପତ୍ର ଦାଖଲବେଳେ ପ୍ରାର୍ଥୀମାନେ ଫର୍ମ ନଂ ୨୬ରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିବେ, ହେଲେ ସତ୍ୟପାଠ ଫର୍ମର କୌଣସି ସ୍ତମ୍ଭ କିମ୍ବା କୌଣସି ଧାଡ଼ି ଖାଲି ରହିବ ନାହିଁ। ଯଦି କୌଣସି ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ଥାଏ, ତେବେ ସେମାନେ ନର୍ବାଚନ ପ୍ରଚାର ସମୟରେ ୩ଥର ଗଣମାଧ୍ୟମରେ ସେନେଇ ପ୍ରଚାର ପ୍ରସାର କରାଇବେ। ପ୍ରଥମ ଥର ପାଇଁ ବିଜେପୁର ଉପନିର୍ବାଚନରେ ଇଭିଏମ୍‌/ଭିଭିପିଏଟି କ୍ଷେତ୍ରରେ ଏମ୍‌-୩ ଭର୍ସନ ମେଶିନ୍‌ ବ୍ୟବହାର କରାଯିବ ବୋଲି ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri