ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି। ତେବେ ଏଭଳି ଆଇନର ଆବଶ୍ୟକତା ନ ଥିଲା ବୋଲି ସେ ମତ ଦେଇଛନ୍ତି। ସିଏଏ ଅନୁଯାୟୀ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ଆସିଥିବା ସଂଖ୍ୟାଲଘୁ ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିୟାନ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଏହି ବିବାଦୀୟ ଆଇନକୁ ଦେଇ ସାରା ଦେଶରେ ଆନ୍ଦୋଳନ ଜାରି ରହିଛି।
ଗଲ୍ଫ ନ୍ୟୁଜ୍‌କୁ ସାକ୍ଷାତ୍‌କାର ଦେଇ ହାସିନା କହିଛନ୍ତି, ଭାରତ ସରକାର କ’ଣ ପାଇଁ ଏଭଳି ଆଇନ ଆଣିଲେ ତାହା ସେ ବୁଝିପାରୁନାହାନ୍ତି। ଏହାର କୌଣସି ଆବଶ୍ୟକତା ନ ଥିଲା। ପୂର୍ବରୁ ବାଂଲାଦେଶର ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବଦୁଲ ମୋମେନ ମଧ୍ୟ ସିଏଏ ଏବଂ ଏନ୍‌ଆର୍‌ସିକୁ ଭାରତର ଆଭ୍ୟନ୍ତରୀଣ ବ୍ୟାପାର କହିଥିଲେ। ତେବେ ଭାରତରେ ଏହାକୁ ନେଇ ଅନିଶ୍ଚିତତା ଦେଖାଦେଲେ ପଡୋଶୀ ଦେଶ ପ୍ରଭାବିତ ହେବେ ବୋଲି ସେ ଚିନ୍ତା ପ୍ରକଟ କରିଥିଲେ। ବାଂଲାଦେଶର ୧୬ କୋଟି ଲୋକଙ୍କ ମଧ୍ୟରୁ ୧୦.୭ ପ୍ରତିଶତ ହିନ୍ଦୁ ଓ ୦.୬ ପ୍ରତିଶତ ବୌଦ୍ଧ। ଧର୍ମୀୟ ବିଦ୍ୱେଷକୁ ନେଇ କୌଣସି ସଂଖ୍ୟାଲଘୁ ଭାରତ ଯାଇନାହାନ୍ତି। ସେହିପରି ଭାରତ ଯାଇଥିବା କୌଣସି ଶରଣାର୍ଥୀ ଫେରି ନ ଥିବା ବାଂଲାଦେଶ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହା ସତ୍ତ୍ୱେ ସିଏଏ ଏବଂ ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି ହାସିନା ସ୍ପଷ୍ଟ କରିଦେଇଛନ୍ତି। ଭାରତ ଓ ବାଂଲାଦେଶ ମଧ୍ୟରେ ସମ୍ପର୍କ ବର୍ତ୍ତମାନ ବହୁତ ଭଲ ରହିଛି। ବିଭିନ୍ନ କ୍ଷେତ୍ରରେ ଉଭୟ ପରସ୍ପରକୁ ସହଯୋଗ କରୁଥିବା ହାସିନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri