ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର ସରକାର ଦେଶର ଜନସାଧାରଣଙ୍କୁ ଧର୍ମ ଭିତ୍ତିରେ ଭାଗ ଭାଗ କରି ନିର୍ବାଚନୀ ଫାଇଦା ହାସଲ ପାଇଁ ଉଦ୍ୟମ କରୁଛନ୍ତି ବୋଲି ମହାନଗର ନାଗରିକ ମଞ୍ଚ ଅଭିଯୋଗ କରିଛି। ସେହିପରି ସିଏଏ ଏବଂ ଏନ୍‌ଆର୍‌ସି ଲାଗୁ ବିରୋଧରେ ଶୁକ୍ରବାର ନେତାଜୀ ସେତୁ ପାଖରେ ସଙ୍ଗଠନ ପକ୍ଷରୁ ଏକ ମାନବ ଶୃଙ୍ଖଳ ଅନୁଷ୍ଠିତ ହୋଇଥିଲା। ନାଗରିକତ୍ୱ ସଂଶୋଧନ ଆଇନ, ପ୍ରସ୍ତାବିତ ଏନ୍‌ପିଆର୍‌ ଓ ଏନ୍‌ଆର୍‌ସି ପ୍ରତ୍ୟାହାର, ତୁରନ୍ତ ଆନ୍ଦୋଳନକାରୀଙ୍କ ଉପରେ ଅତ୍ୟାଚାର ବନ୍ଦ, ସମ୍ପୃକ୍ତ ପୋଲିସ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ, ମୃତାହତଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରାଯିବା ଆଦି ଦାବିରେ ବିଭିନ୍ନ ନାଗରିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଏହି ବିଶାଳ ମାନବ ଶୃଙ୍ଖଳ କରାଯାଇଥିଲା। ଏଥିରେ ପ୍ରଫେସର ବୀରେନ୍ଦ୍ର ନାୟକ, ଚିତ୍ତରଞ୍ଜନ ମହାନ୍ତି, ପ୍ରଶାନ୍ତ ଦାସ, ଡ. ସତ୍ୟ ରାୟ, ଶିଶିର ଦାସ, ଯୁଗଳ କିଶୋର ନାୟକ, ଲକ୍ଷ୍ମୀ ମହାନ୍ତି, ବିଶ୍ୱାବସୁ ଦାସ, ଆଇନଜୀବୀ ଶିଶିର ଦାସ, ଡଲି ଦାସ, ଡ. ବିଶ୍ୱଜିତ୍‌, ଅକ୍ଷୟ ଦାସ, କ୍ଷୀରୋଦ ରାଉତ, ଗଣେଶ୍ୱର ସେଠୀ, ବିଜୟ ପଢିହାରୀ, ଡ. ରବିରଞ୍ଜନ ସାହୁଙ୍କ ସମେତ ୨ଶହରୁ ଊର୍ଦ୍ଧ୍ୱ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri