Posted inଜାତୀୟ

ସିଏଏ, ଏନ୍‌ଆର୍‌ସିକୁ ଭୟ କରନି: ଉଦ୍ଧବ

ନୂଆଦିଲ୍ଲୀ, ୨୨ା୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଭାଜପା ହାତ ଛାଡ଼ି ମହାରାଷ୍ଟ୍ରରେ କଂଗ୍ରେସ, ଏନ୍‌ସିପି ସହ ମିଶି ଶିବସେନା ସରକାର ଗଠନ କରିବା ପରେ ମୋଦିଙ୍କ ସହ ଉଦ୍ଧବଙ୍କ ଏହା ପ୍ରଥମ ସାକ୍ଷାତ ଆଲୋଚନା। ଏହି ଅବସରରେ ପୁଅ ଆଦିତ୍ୟ ଠାକ୍‌ରେ ମଧ୍ୟ ମୋଦିଙ୍କୁ ଭେଟିଥିଲେ। ମହାରାଷ୍ଟ୍ରର ବିଭିନ୍ନ ପ୍ରସଙ୍ଗକୁ ନେଇ ଏହି ସାକ୍ଷାତ ଆଲୋଚନା ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌ ନେଇ ବିସ୍ତୃତ ଆଲୋଚନା କରାଯାଇଥିବା ଉଦ୍ଧବ ପ୍ରକାଶ କରିଛନ୍ତି। ଦେଶରେ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌କୁ ନେଇ ଯେଉଁ ଭୟର ବାତାବରଣ ସୃଷ୍ଟିହୋଇଛି, ସେଥିରେ କୌଣସି ସତ୍ୟତା ନାହିଁ। ଦେଶରୁ କାହାରିକୁ ବାହାର କରାଯିବ ନାହିଁ। ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ଦେଇଥିବା ଉଦ୍ଧବ ପ୍ରକାଶ କରିଛନ୍ତି। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ମେଣ୍ଟ ଭାଗୁଆଳି ଦଳ କଂଗ୍ରେସ ଓ ଏନ୍‌ସିପି ଅସନ୍ତୁଷ୍ଟ ଥିବା ବେଳେ ଉଦ୍ଧବଙ୍କ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌କୁ ସମର୍ଥନ ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି। ତଥାପି ରାଜ୍ୟର ‘ମହା ବିକାଶ ଅଘାଡ଼ି’ ମେଣ୍ଟ ସରକାର ପ୍ରତି କୌଣସି ବିପଦ ନ ଥିବା ଓ କ୍ଷମତାକୁ ନେଇ କିଛି ବାଦବିବାଦ ନ ଥିବା ମୁଖ୍ୟମନ୍ତ୍ରୀ ଠାକ୍‌ରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି। ଆମେ ପୂର୍ଣ୍ଣ ୫ ବର୍ଷ ଶାସନ ଗାଦିରେ ରହିବୁ ବୋଲି ଦୃଢ଼ତାର ସହ ଉଦ୍ଧବ ଠାକ୍‌ରେ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ର ସରକାରକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିବା ସେ କହିଛନ୍ତି।
ଉଦ୍ଧବ ଓ ଆଦିତ୍ୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ପ୍ରାୟ ଅଧଘଣ୍ଟା କାଳ ଆଲୋଚନା କରିଛନ୍ତି। ଗତବର୍ଷ ମହାରାଷ୍ଟ୍ରରେ ମହା ବିକାଶ ଅଘାଡ଼ି ସରକାର ଗଠନ ହେବା ପରେ ସୋନିଆଙ୍କ ସହ ଉଦ୍ଧବଙ୍କ ଏହା ପ୍ରଥମ ସାକ୍ଷାତ ଆଲୋଚନା। ଆଲୋଚନାରେ ସିଏଏ, ଏନ୍‌ପିଆର୍‌ ପ୍ରସଙ୍ଗ ସ୍ଥାନ ପାଇଥିବା ଜଣାପଡ଼ିଛି। ପ୍ରକାଶଥାଉ କି, କଂଗ୍ରେସ ପ୍ରାରମ୍ଭରୁ ସିଏଏ, ଏନ୍‌ପିଆର୍‌କୁ ବିରୋଧ କରିଆସୁଛି। ମେଣ୍ଟ ସମନ୍ବୟ କମିଟି ବୈଠକରେ ଏନେଇ କଂଗ୍ରେସ ପୁଣି ଆଲୋଚନା କରିବାକୁ ସ୍ଥିର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri