Posted inଜାତୀୟ

ସିଏଏ, ଏନ୍‌ଆର୍‌ସିକୁ ଭୟ କରନି: ଉଦ୍ଧବ

ନୂଆଦିଲ୍ଲୀ, ୨୨ା୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଭାଜପା ହାତ ଛାଡ଼ି ମହାରାଷ୍ଟ୍ରରେ କଂଗ୍ରେସ, ଏନ୍‌ସିପି ସହ ମିଶି ଶିବସେନା ସରକାର ଗଠନ କରିବା ପରେ ମୋଦିଙ୍କ ସହ ଉଦ୍ଧବଙ୍କ ଏହା ପ୍ରଥମ ସାକ୍ଷାତ ଆଲୋଚନା। ଏହି ଅବସରରେ ପୁଅ ଆଦିତ୍ୟ ଠାକ୍‌ରେ ମଧ୍ୟ ମୋଦିଙ୍କୁ ଭେଟିଥିଲେ। ମହାରାଷ୍ଟ୍ରର ବିଭିନ୍ନ ପ୍ରସଙ୍ଗକୁ ନେଇ ଏହି ସାକ୍ଷାତ ଆଲୋଚନା ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌ ନେଇ ବିସ୍ତୃତ ଆଲୋଚନା କରାଯାଇଥିବା ଉଦ୍ଧବ ପ୍ରକାଶ କରିଛନ୍ତି। ଦେଶରେ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌କୁ ନେଇ ଯେଉଁ ଭୟର ବାତାବରଣ ସୃଷ୍ଟିହୋଇଛି, ସେଥିରେ କୌଣସି ସତ୍ୟତା ନାହିଁ। ଦେଶରୁ କାହାରିକୁ ବାହାର କରାଯିବ ନାହିଁ। ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ଦେଇଥିବା ଉଦ୍ଧବ ପ୍ରକାଶ କରିଛନ୍ତି। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ମେଣ୍ଟ ଭାଗୁଆଳି ଦଳ କଂଗ୍ରେସ ଓ ଏନ୍‌ସିପି ଅସନ୍ତୁଷ୍ଟ ଥିବା ବେଳେ ଉଦ୍ଧବଙ୍କ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର୍‌କୁ ସମର୍ଥନ ଗୋଳମାଳିଆ ପରିସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି। ତଥାପି ରାଜ୍ୟର ‘ମହା ବିକାଶ ଅଘାଡ଼ି’ ମେଣ୍ଟ ସରକାର ପ୍ରତି କୌଣସି ବିପଦ ନ ଥିବା ଓ କ୍ଷମତାକୁ ନେଇ କିଛି ବାଦବିବାଦ ନ ଥିବା ମୁଖ୍ୟମନ୍ତ୍ରୀ ଠାକ୍‌ରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି। ଆମେ ପୂର୍ଣ୍ଣ ୫ ବର୍ଷ ଶାସନ ଗାଦିରେ ରହିବୁ ବୋଲି ଦୃଢ଼ତାର ସହ ଉଦ୍ଧବ ଠାକ୍‌ରେ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ର ସରକାରକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିବା ସେ କହିଛନ୍ତି।
ଉଦ୍ଧବ ଓ ଆଦିତ୍ୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ପ୍ରାୟ ଅଧଘଣ୍ଟା କାଳ ଆଲୋଚନା କରିଛନ୍ତି। ଗତବର୍ଷ ମହାରାଷ୍ଟ୍ରରେ ମହା ବିକାଶ ଅଘାଡ଼ି ସରକାର ଗଠନ ହେବା ପରେ ସୋନିଆଙ୍କ ସହ ଉଦ୍ଧବଙ୍କ ଏହା ପ୍ରଥମ ସାକ୍ଷାତ ଆଲୋଚନା। ଆଲୋଚନାରେ ସିଏଏ, ଏନ୍‌ପିଆର୍‌ ପ୍ରସଙ୍ଗ ସ୍ଥାନ ପାଇଥିବା ଜଣାପଡ଼ିଛି। ପ୍ରକାଶଥାଉ କି, କଂଗ୍ରେସ ପ୍ରାରମ୍ଭରୁ ସିଏଏ, ଏନ୍‌ପିଆର୍‌କୁ ବିରୋଧ କରିଆସୁଛି। ମେଣ୍ଟ ସମନ୍ବୟ କମିଟି ବୈଠକରେ ଏନେଇ କଂଗ୍ରେସ ପୁଣି ଆଲୋଚନା କରିବାକୁ ସ୍ଥିର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri