Posted inଜାତୀୟ

ସିଏଏ ବିରୋଧରେ ବିପକ୍ଷ ମେଳି ଆଜି

ନୂଆଦିଲ୍ଲୀ,୧୩ା୧ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଛାତ୍ର ଆନ୍ଦୋଳନ ପରବର୍ତ୍ତୀ ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରାଯିବ। ଏହି ବୈଠକ ମାଧ୍ୟମରେ ବିରୋଧୀ ସେମାନଙ୍କ ଶକ୍ତି ପ୍ରଦର୍ଶନ କରିବା ଆଶା କରାଯାଉଛି। ତେବେ ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ଯୋଗଦେବେନି ବୋଲି ଏକ ସୂତ୍ରରୁ ଜଣାପଡିଛି। ୮ ତାରିଖ ଟ୍ରେଡ ୟୁନିୟନର ଭାରତ ବନ୍ଦ ବେଳେ ବାମଦଳ ଓ ତୃଣମୂଳ କଂଗ୍ରେସ ସଦସ୍ୟମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ କ୍ଷୁବ୍ଧ ମମତା ବିରୋଧୀଙ୍କ ବୈଠକରେ ସାମିଲ ହେବେନାହିଁ ବୋଲି କହିଥିଲେ। ସେହିପରି ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମୃତ୍ୟୁକୁ ନେଇ ମାୟାବତୀ ନିକଟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଉପରେ ବର୍ଷିଥିଲେ। କୋଟାରେ ଏତେସଂଖ୍ୟାରେ ଶିଶୁଙ୍କ ମୃତ୍ୟୁ ହେବା ସତ୍ତ୍ୱେ ସେଠାକୁ ଯାଇ ମାଆମାନଙ୍କୁ ସମବେଦନା ଜଣାଇବାକୁ କଂଗ୍ରେସ ନେତ୍ରୀ ପ୍ରିୟଙ୍କାଙ୍କ ପାଖରେ ସମୟ ନାହିଁ। ସେ ରାଜନୈତିକ ସ୍ବାର୍ଥ ଓ କୁମ୍ଭୀରକାନ୍ଦଣା ପାଇଁ ଉତ୍ତରପ୍ରଦେଶ ଆସି ଆହତଙ୍କ ପରିବାରକୁ ଭେଟୁଛନ୍ତି ବୋଲି ବିଏସ୍‌ପି ନେତ୍ରୀ କହିଥିଲେ। ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ସୋନିଆ ସିଏଏକୁ ବିରୋଧ କରିଥିଲେ। ସରକାର ତୁରନ୍ତ ସିଏଏ ପ୍ରତ୍ୟାହାର କରିନେବା ସହ ଏନ୍‌ପିଆର ପ୍ରକ୍ରିୟା ବନ୍ଦ କରିବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri