Posted inଜାତୀୟ

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ

ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିନ୍ତୁ ଏଥିରେ ପୋଲିସର କିଛି ତ୍ରୁଟି ରହିଯାଇଥିବା ପରିଲିଖିତ ହୋଇଛି। କିଛି ଏଭଳି ମାମଲା ସାମ୍ନାକୁ ଆସିଛି ଯାହା ଏବେ ଚର୍ଚ୍ଚା ପରିସରକୁ ଆସିଛି। ସୂଚନା ମୁତାବକ ସିଏଏ ହିଂସା ପାଇଁ ଫିରୋଜାବାଦର ଜଣେ ମୃତବ୍ୟକ୍ତିଙ୍କ ନାଁରେ ପୋଲିସ ନୋଟିସ ଜାରି କରିଛି। ଏଥିସହ ୯୦ବର୍ଷ ବୟସର ଶର୍ଯ୍ୟାଶୀୟୀ ଓ ରୋଗାଗ୍ରସ୍ତ ବ୍ୟକ୍ତିଙ୍କ ନାଁରେ ମଧ୍ୟ ପୋଲିସ ନୋଟିସ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ବନ୍ନେ ଖାଁଙ୍କ ନାମକ ବ୍ୟକ୍ତିଙ୍କ ୬ବର୍ଷ ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଫିରୋଜାବାଦରେ ଶାନ୍ତି ଭଙ୍ଗ କରିବା ଭୟରେ ପୋଲିସ ତାଙ୍କୁ ନୋଟିସ ପଠାଇଛି। ଏହାପରେ ମୃତକଙ୍କ ପରିବାର ଲୋକ ପୋଲିସକୁ ତାଙ୍କର ମୃତ୍ୟୁ ପ୍ରମାଣପତ୍ର ଦେଖାଇଥିଲେ। ସେହିପରି ୯୦ବର୍ଷ ବୟସର ସୁଫି ଅନ୍‌ସାର ହୁସୈନ ନିମୋନିଆରେ ପୀଡ଼ିତ ଥିବା ବେଳେ ନିକଟରେ ଗଙ୍ଗାରାମ ହସ୍ପିଟାଲରୁ ନିଜର ଚିକିତ୍ସା କରାଇ ଫେରିଛନ୍ତି। ଆଉ ଏମାନଙ୍କ ନାଁରେ ସିଏଏ ହିଂସାକୁ ଉସୁକାଇଥିବା ଅଭିଯୋଗ ହୋଇଛି। ଏହାକୁ ଦେଖିଲେ ଲାଗୁଛି ପୋଲିସ ଆଖି ବନ୍ଦ କରି କାର୍ଯ୍ୟ କରୁଛି। ଅପରପକ୍ଷେ ଖାଁ ଓ ହୁସୈନ ଦୁହେଁ ଶାନ୍ତି କମିଟିର ସଦସ୍ୟ ଥିବା ବେଳେ ପୋଲିସର ଏଭଳି ଅବହେଳା ତା’ର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri