Posted inଜାତୀୟ

ସିଏଏକୁ ନେଇ ବିକ୍ଷୋଭକାରୀଙ୍କ ଉନ୍ମତ୍ତକାଣ୍ଡ

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀର ମୌଜପୁର ଓ ଜାଫରାବାଦ ଅଞ୍ଚଳରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ଦୁଇ ଗୋଷ୍ଠୀ ପରଷ୍ପର ମଧ୍ୟରେ ପଥରମାଡ଼ କରିବା ସହ କେତେକ ଗାଡିରେ ନିଆଁ ଲଗାଇଦେଇଥିବା ଦେଖିବାକୁ ମିଳିଛି। ଏଥିସହ ପ୍ରଦର୍ଶନକାରୀମାନେ ପେଟ୍ରୋଲ ପମ୍ପ ଉପରକୁ ମଧ୍ୟ ଆକ୍ରମଣ କରି ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ଏଥିରେ ଜଣେ ଆହତ ହୋଇଥିବା ହେଡ୍‌ କନଷ୍ଟେବଳଙ୍କ ମୃତ୍ୟୁ ହୋଇଥିବା ବେଳେ କେତେକ ପୋଲିସକର୍ମୀ ଆହତ ହୋଇଛନ୍ତି। ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ପୋଲିସ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି। ଏଥିସହ ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଅପରପକ୍ଷେ ମୌଜପୁର ରାସ୍ତାରେ ଜଣେ ବିକ୍ଷୋଭକାରୀ ଯୁବକ ପୋଲିସ ସମ୍ମୁଖରେ ୮ରାଉଣ୍ଡ ଗୁଳିଚାଳନା କରିଥିଲେ। ସେହି ସମୟରେ ଉକ୍ତ ଯୁବକଙ୍କୁ ପୋଲିସ ଅଟକାଇବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କୁ ଅଟକାଇ ପାରି ନ ଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି ଏବଂ ସହରରେ ଶାନ୍ତି ବଜାୟ ରଖିବାକୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri