Posted inଜାତୀୟ

ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ କରି ଚେନ୍ନାଇଠାରେ ଏକ ଦସ୍ତଖତ ଅଭିଯାନ କରାଯାଇଛି। ଏହାକୁ ନେଇ ଷ୍ଟାଲିନ କହିଛନ୍ତି ଡିଏମ୍‌କେ ଓ ଏହାର ସହଯୋଗୀ ଦଳ ୨ ଫେବୃୟାରୀରୁ ୮ ଫେବୃୟାରୀ ପର୍ଯ୍ୟନ୍ତ ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର୍‌କୁ ବିରୋଧ କରି ତାମିଲନାଡୁରେ ଦସ୍ତଖତ ଅଭିଯାନ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମସ୍ତ ଦସ୍ତଖତ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇ ଦିଆଯିବ ବୋଲି ସେ କହିଛନ୍ତି। ଏହାପରେ ସେ ଶନିବାର ଲୋକ ସଭାରେ ଉପସ୍ଥାପନ କରାଯାଇଥିବା ବଜେଟକୁ ନେଇ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଚଳିତ ବଜେଟରେ ଗରିବ ଓ ପଛୁଆ ବର୍ଗଙ୍କ ପାଇଁ କୌଣସି ସୁବିଧା କରାଯାଇନାହିଁ। ଏଥିରେ ବେକାରୀ ସମସ୍ୟାର ସମାଧାନ ହେବନାହିଁ। ଏହା କେବଳ କୋଟିପତିଙ୍କୁ ସୁହାଇବା ଭଳି ବଜେଟ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri