ସିଏଏକୁ ବିରୋଧ ଜାରି, ଲଗାତର ୫ଦିନ ଟ୍ରେନ୍‌ ବାତିଲ୍‌: ସ୍ଥିତି ସୁଧୁରିଲେ ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍‌ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସମଗ୍ର ଆସାମ, ପଶ୍ଚିମବଙ୍ଗର ହାଓଡ଼ା ଓ ଉଲୁବେରିଆ ଅଞ୍ଚଳରେ ଆନ୍ଦୋଳନକାରୀ ଟ୍ରେନ୍‌କୁ ଟାର୍ଗେଟ କରିଛନ୍ତି। ଗୁରୁବାରଠାରୁ ହାଓଡ଼ା-ଖଡ଼ଗପୁର ସେକ୍ସନ ମଧ୍ୟରେ ରେଳରୋକୋ ଜାରି ରହିଛି। ଆନ୍ଦୋଳନକାରୀମାନେ ପଥର ମାଡ଼ ସହ ଷ୍ଟେଶନ ଓ ଟ୍ରେନ୍‌ରେ ନିଆଁ ଲଗାଇ ଦେଇଛନ୍ତି। ଯାତ୍ରୀମାନେ ମଧ୍ୟ ଆକ୍ରମଣର ଶିକାର ହେଉଛନ୍ତି। ଫଳରେ ଶୁକ୍ରବାରଠାରୁ ହାଓଡ଼ାରୁ ଅଧିକାଂଶ ଟ୍ରେନ୍‌କୁ ବାତିଲ୍‌ କରାଯାଇଥିବାବେଳେ କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର, ବିଶାଖାପାଟଣା, ହାଇଦ୍ରାବାଦ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ରେଳ ସେବା ବାଧାପ୍ରାପ୍ତ ହୋଇଛି। ରବିବାର ଓଡ଼ିଶା ଦେଇ ଚଳାଚଳ କରୁଥିବା ୧୭ ଟ୍ରେନ୍‌କୁ ସମ୍ପୂର୍ଣ୍ଣ ବାତିଲ୍‌ ଓ ଆଉକିଛି ଆଂଶିକ ବାତିଲ୍‌ ହୋଇଛି। ସୋମବାର ଓ ମଙ୍ଗଳବାର ପର୍ଯ୍ୟନ୍ତ ଆଉ କିଛି ଟ୍ରେନ୍‌ ଚଳାଚଳକୁ ବନ୍ଦ ରଖାଯାଇଛି। ସୁରକ୍ଷା ସ୍ଥିତି ଓ ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କିଛି ସ୍ପେଶାଲ ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ହୋଇଛି। ସ୍ଥିତି ସୁଧୁରିବାମାତ୍ରେ ଆବଶ୍ୟକସ୍ଥଳେ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳପଥ କହିଛି।
ମିଳିଥିବା ସୂଚନାନୁସାରେ, ରବିବାର ପୁରୀ-ଚେନ୍ନାଇ ଏକ୍ସପ୍ରେସ, ପୁରୀ-ସାନ୍ତ୍ରାଗାଛି ପାସେଞ୍ଜର, ପୁରୀ-ଖୋର୍ଦ୍ଧାରୋଡ଼ ପାସେଞ୍ଜର, ତିରୁପତି-ହାଓଡ଼ା, ଦୀଘା-ପୁରୀ ଏକ୍ସପ୍ରେସ, ହାଇଦ୍ରାବାଦ-ହାଓଡ଼ା ଇଷ୍ଟକୋଷ୍ଟ, ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ, ଭାସ୍କୋଡ଼ାଗାମା-ହାଓଡ଼ା ଅମରାବତୀ ଏକ୍ସପ୍ରେସ, ସିକନ୍ଦରାବାଦ-ଗୁଆହାଟୀ ଏକ୍ସପ୍ରେସକୁ ବାତିଲ୍‌ କରାଯାଇଥିଲା। ତେବେ ଅପରାହ୍ନ ୫ଟା ୧୫ରେ ଦୀଘା-ପୁରୀ ସମୁଦ୍ରକନ୍ୟା ଏକ୍ସପ୍ରେସ୍‌ ଦୀଘାରୁ ବାହାରିଥିଲା। ସୋମବାର ପାଇଁ ସିଆଲ୍‌ଦା-ପୁରୀ ଏକ୍ସପ୍ରେସ, ଯଶୋବନ୍ତପୁର-ହାଓଡ଼ା ଏକ୍ସପ୍ରେସ, ଚେନ୍ନାଇ-ପୁରୀ ଏକ୍ସପ୍ରେସ ଓ ମଙ୍ଗଳବାର ପାଇଁ ଏର୍ନାକୁଲମ-ହାଓଡ଼ା ଏକ୍ସପ୍ରେସକୁ ବାତିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri