ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ

କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ମାତ୍ର କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ୨୪ଘଣ୍ଟା ନପୂରୁଣୁ କଟକ ମହାନଗର ନିଗମ ପକ୍ଷରୁ ଏହାକୁ ଭାଙ୍ଗି ଦିଆଯାଇଛି। ସରକାରୀ ଜମି ଉପରେ ରହିଥିବାରୁ ଏହାକୁ ଉଚ୍ଛେଦ କରାଯାଇଛି। ଶୁକ୍ରବାର ମଙ୍ଗଳାବାଗରୁ ହାଓଡ଼ା ମୋଟରର୍ସ ଓ ମାତାମଠରୁ ମେରିଟାଇମ୍‌ ମ୍ୟୁଜିୟମ ପର୍ଯ୍ୟନ୍ତ ଉଚ୍ଛେଦ କରାଯାଇଥିଲା। କଟକ ମହାନଗର ନିଗମ, ଜିଲାପ୍ରଶାସନ ଓ ପୋଲିସ ପ୍ରଶାସନ ମିଳିତ ଭାବେଜବରଦଖଲ ଉଚ୍ଛେଦ କରିଥିଲେ। ଏଥିରେ ପ୍ରାୟ ୩୦ଟି ଉଠା ଦୋକାନ ଉଚ୍ଛେଦ କରାଯାଇଥିବାବେଳେ ଗୋବର୍ଦ୍ଧନ ଗୋ-ଧାମ ମଧ୍ୟ ବାଦ ପଡ଼ି ନ ଥିଲା। ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା।
ଗୋ-ଧାମକୁ ଉଚ୍ଛେଦ କରିବା ପୂର୍ବରୁ ଏଠାରେ ଥିବା ୫୦ଟି ଗାଈ ବାଛୁରୀ ଆଦିଙ୍କୁ ଜଗତପୁରସ୍ଥିତ ଗୋଶାଳାକୁ ସ୍ଥାନାନ୍ତର କରାଯାଇଥିଲା। ଏଥିସହ ସାଇ ମନ୍ଦିର ପାର୍ଶ୍ୱରେ ଜବରଦଖଲ ଜମିରେ ଥିବା ଘରଗୁଡ଼ିକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ସ୍ଥାନକୁ ଜବରଦଖଲ ମୁକ୍ତ କରିବା ପରେ ଏଠାରେ କଟକ ସହରର ସବୁଠାରୁ ବଡ଼ ପାର୍କିଂସ୍ଥାନ ନିର୍ମାଣ କରିବା ପାଇଁ ସିଏମ୍‌ସି, ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସିଏମ୍‌ସିର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି। ବହୁ ପୂର୍ବରୁ ଏହି ଜବରଦଖଲ ଉଚ୍ଛେଦ କରାଯିବାକୁ ନିଷ୍ପତ୍ତି ହୋଇଥିବା ଏହି ଅଧିକାରୀ କହିଛନ୍ତି। ସହର ଟ୍ରାଫିକ ସମସ୍ୟା ତଥା କଟକ ବଡ଼ମେଡିକାଲକୁ ରୋଗୀମାନଙ୍କୁ ନେଇ ଆସୁଥିବା ଯାନବାହନଗୁଡ଼ିକ ଏଠାରେ ପାର୍କିଂ କରାଇବା ପାଇଁ ପ୍ରଶାସନିକସ୍ତରରେ ନିଷ୍ପତ୍ତି ହୋଇଥିଲା। କେନ୍ଦ୍ରମନ୍ତ୍ରୀ ଏହି ଗୋଧାମକୁ ପରିଦର୍ଶନରେ ଆସିବା ଏକ ସଂଯୋଗ ଥିଲା ବୋଲି ଅଧିକାରୀ ଜଣକ ନିଜ ନାମଗୋପନ ରଖିବା ସର୍ତ୍ତରେ କହିଛନ୍ତି । ସେହିପରି ମାତାମଠ ନିକଟରେ ମଧ୍ୟ ଜବରଦଖଲ ଉଚ୍ଛେଦ କରାଯାଇ ସେଠାରେ ଏକ ପାର୍କିଂ ସ୍ଥାନ ନିର୍ମାଣ ହେବାର ଯୋଜନା ରହିଥିବା ସିଏମସି ଏନଫୋର୍ସମେଣ୍ଟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଉଚ୍ଛେଦ ସମୟରେ ସିଏମ୍‌ସି ଏନଫୋର୍ସମେଣ୍ଟ ଅଧିକାରୀ ପ୍ରଭାକର ସାହୁ, ମଙ୍ଗଳାବାଗ ଆଇଆଇସି ଅମିତାଭ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri