ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ ପ୍ରଗତି ସାଧନ ହୋଇଥାଏ। ଏହି ପାଣ୍ଠିକୁ ଠିକ୍‌ ଭାବେ ବିନିଯୋଗ କରିବାର ଦାୟିତ୍ୱ କେବଳ ସରକାରଙ୍କର ନୁହେଁ। ଅନ୍ୟ ଅଂଶୀଦାରମାନେ ମଧ୍ୟ ଏକ୍ଷେତ୍ରରେ ସହଯୋଗ କରିବାର ଆବଶ୍ୟକତା ରହିଛି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର କହିଛନ୍ତି।
ଓଡ଼ିଶା ସିଏସ୍‌ଆର୍‌ ଫୋରମ୍‌ ଆନୁକୂଲ୍ୟରେ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ସିଏସ୍‌ଆର୍‌-ଏଚ୍‌ଆର୍‌ କଲୋକିୟମ ୨୦୧୯ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପାତ୍ର କହିଛନ୍ତି ଯେ, ଏକ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଫୋରମ୍‌ ଦାୟିତ୍ୱବାନ ହେବା ଉଚିତ। ଏହା ହେଲେ ସିଏସ୍‌ଆର୍‌ ପାଣ୍ଠିର ସୁଦୁପଯୋଗ ହେବା ସହ ପାରିପାଶ୍ୱିକ ବିକାଶ ସମ୍ଭବ ହେବ। ଅପରପକ୍ଷରେ ଶିଳ୍ପସଂସ୍ଥାଗୁଡିକ ଅଙ୍ଗାରକାମ୍ଳ ବାଷ୍ପ ନିର୍ଗମନକୁ ହ୍ରାସ କରିବା ଆବଶ୍ୟକତା ଉପରେ ପାତ୍ର ଏଥିରେ ଗୁରୁତ୍ୱାରୋପ କରିଛନ୍ତି। ଏସ୍‌ଏସ୍‌ଆର୍‌ର ବିଭିନ୍ନ ଦିଗ ଉପରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆଲୋଚନା କରିଥିଲେ। ଓଡ଼ିଶା ସିଏସ୍‌ଆର୍‌ ଫୋରମର ଆବାହକ ବି.କେ. ମିଶ୍ରଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଏଠାରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଶିକ୍ଷା ସଂସ୍ଥାନ, ଆର୍ଥତ୍କ ସଂସ୍ଥା, ସ୍ବେଚ୍ଛାସେବୀ ସଂଗଠନ, କର୍ପୋରେଟ, ସିଭିଲ୍‌ ସୋସାଇଟି ଏବଂ ସରକାରୀ ସଂସ୍ଥାର ଅଧିକାରୀ ଯୋଗଦେଇଥିଲେ। ଉଲ୍ଲେଖନୀୟ ଯୋଗଦାନ ଲାଗି ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଏଥିରେ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଭାରତୀୟ ମୁଦ୍ରାକୁ ବଡ଼ ଝଟ୍‌କା! ଡଲାର ତୁଳନାରେ ୫୬ ପଇସା ହ୍ରାସ ପାଇଲା ଟଙ୍କା

ନୂଆଦିଲ୍ଲୀ,୯।୬:  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଘଟିବା ପରେ ଆମେରିକୀୟ ଡଲାର ଆହୁରି ପ୍ରଭାବଶାଳୀ ହୋଇଥିବାରୁ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri