Posted inଜାତୀୟ

ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ

ଗାଙ୍ଗଟକ୍‌,୨୮ା୫(ପି.ଟି.): ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଏସ୍‌କେଏମ୍‌ (ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍‌ ସିଂ ତମାଙ୍ଗ ଓରଫ ପି.ଏସ୍‌. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍‌କେଏମ୍‌ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଗଙ୍ଗା ପ୍ରସାଦ ମୁଖ୍ୟମନ୍ତ୍ରୀ ଓ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ବିଧାୟକ ନ ଥିବା ଗୋଲେଙ୍କୁ ଶନିବାର ଏସ୍‌କେଏମ୍‌ ବିଧାୟକ ଦଳ ବୈଠକରେ ନେତା ନିର୍ବାଚନ କରାଯାଇଥିଲା। ଶପଥ ନେଇଥିବା ମନ୍ତ୍ରୀମାନେ ହେଲେ କୁଙ୍ଗା ନିମା ଲେପ୍‌ଚା, ସୋନମ୍‌ ଲାମା, ବେଦୁ ସିଂ ପନ୍ଥ, ଡ. ମଣିକୁମାର ଶର୍ମା, ଅରୁଣ କୁମାର ଉପ୍ରେତି, ସନ୍ଦୁପ୍‌ ଲାପ୍‌ଚା, ଲୋକନାଥ ଶର୍ମା, ମିଙ୍ଗ୍‌ମା ନୋର୍ବୁ ଶେର୍ପା, କର୍ମା ଲୋଡେ ଭୂତିଆ, ଭୀମ୍‌ ହାଙ୍ଗ ଲିମ୍ବୁ ଏବଂ ସଞ୍ଜିତ ଖରେଲ।
ଗୋଲେ ନେପାଳୀ ଭାଷାରେ ଶପଥ ନେଇଥିବାବେଳେ ଷ୍ଟାଡିୟମ୍‌ରେ ହଜାର ହଜାର ଦଳୀୟ ସମର୍ଥକ ଉପସ୍ଥିତ ରହି ତାଙ୍କୁ ଉତ୍ସାହିତ କରିଥିଲେ। ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ୍‌ ଏବଂ ସିକିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ (ଏସ୍‌ଡିଏଫ୍‌)ର ବରିଷ୍ଠ ନେତାମାନେ ଯୋଗଦେଇ ନ ଥିଲେ। ୨୦୧୩ରେ ଗଠିତ ଏସ୍‌କେଏମ୍‌ ୩୨ ଆସନ ବିଶିଷ୍ଟ ସିକିମ ବିଧାନସଭାରେ ୧୭ ଆସନରେ ବିଜୟୀ ହୋଇଥିବାବେଳେ ଶାସକ ଦଳ ଏସ୍‌ଡିଏଫ୍‌କୁ ୧୫ ଆସନ ମିଳିଥିଲା। ଫଳରେ ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଆସିଥିବା ଚାମ୍‌ଲିଙ୍ଗ୍‌ ସରକାରଙ୍କୁ ବିଦାୟ ନେବାକୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri