ସିଙ୍ଗାପୁର ମାଷ୍ଟର ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡରେ ଦୁର୍ଗା ଚରଣ ମିଶ୍ର ଜିତିଲେ ୨ ସ୍ବର୍ଣ୍ଣ

ଭବାନୀପାଟଣା,୧୧।୭(ଡି.ଏନ୍‌.ଏ.): ସିଙ୍ଗାପୁରରେ ଆରମ୍ଭ ହୋଇଥିବା ମାଷ୍ଟର ଟ୍ରାକ୍‌ ଆଣ୍ଡ ଫିଲ୍ଡ ପ୍ରତିଯୋଗିତାରେ କଳାହଣ୍ଡି ଜିଲା ଭବାନୀପାଟଣା ସହରର ଦୁର୍ଗା ଚରଣ ମିଶ୍ର ଡିସ୍‌କସ୍‌ ଥ୍ରୋ ଓ ଜାଭେଲିନ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅବସରପ୍ରାପ୍ତ ଅତିରିକ୍ତ ଏସ୍‌ପି ଶ୍ରୀ ମିଶ୍ର ୭୦ ବର୍ଷରୁ ଊର୍ଦ୍ଧ୍ୱ ବର୍ଗରେ ଅନ୍ତର୍ଜାତୀୟ ସ୍ତରରେ ସିଙ୍ଗାପୁରରେ ଦୁଇଟି ସ୍ବର୍ଣ୍ଣ ପଦକ ଜିତି କଳାହାଣ୍ଡି ଜିଲା ତଥା ଦେଶ ପାଇଁ ଗୌରବ ଆଣିଛନ୍ତି ।
ପ୍ରକାଶ ଯେ, ଶ୍ରୀ ମିଶ୍ର ୨୦୧୦ ମସିହାରେ ମାଲେସିଆରେ ଅନୁଷ୍ଠିତ ୧୬୩ତମ ଏସିଆନ୍‌ ମାଷ୍ଟର୍ସ ଚାମ୍ପିୟନଶିପ୍‌ ହାମର ଥ୍ରୋରେ ବ୍ରୋଞ୍ଜ ପଦକ ଓ ୨ ବର୍ଷ ତଳେ ସିଙ୍ଗାପୁରରେ ଅନୁଷ୍ଠିତ ୧୯ତମ ଏସିଆନ୍‌ ମାଷ୍ଟର୍ସ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ ସଟ୍‌ପୁଟ୍‌ ଥ୍ରୋରେ ରୌପ୍ୟ ପଦକ ହାସଲ କରିଥିଲେ । ଶ୍ରୀ ମିଶ୍ର ଓଡ଼ିଶା ଫୁଟବଲ ଓ ଭଲିବଲ ଅଧିନାୟକ ଏବଂ ଓଡ଼ିଶା ରାଜ୍ୟ ଭଲିବଲ ଦଳର ଅଧିନାୟକ ଥିଲେ । ପୁଲିସ ବିିଭାଗରେ କାର୍ଯ୍ୟ କରି ସେ ୨୦୦୨ ମସିହାରେ ଅତିରିକ୍ତ ଏସ୍‌ପି ଭାବେ ଅବସର ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri