ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବା ଅବସରରେ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ ଦାସ କହିଛନ୍ତି। ନିୟମିତ ୧୦୦ ଦିନିଆ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ନେଇ ସେ ସିଡିଏମ୍‌ଓମାନଙ୍କୁ ପରାମର୍ଶ ଦେଇଛନ୍ତି।

ମନ୍ତ୍ରୀ ଦାସ କହିଛନ୍ତି, ରାଜ୍ୟରେ ନୂତନ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ଏଥିସହ ନିଦ୍ଦିଷ୍ଟ ସମୟସୀମା ମଧ୍ୟରେ ଆଉ କେତୋଟି ମେଡିକାଲ କଲେଜ ନିର୍ମାଣକାର୍ଯ୍ୟକୁ ମଧ୍ୟ ତ୍ୱରାନ୍ବିତ କରାଯାଉଛି। ଏହାଦ୍ୱାରା ରାଜ୍ୟରେ ଅଧିକ ସଂଖ୍ୟକ ଡାକ୍ତର ସୃଷ୍ଟି ହେବେ। ଯାହାଦ୍ୱାରା ଓଡ଼ିଶାରେ ଆବଶ୍ୟକତାଠାରୁ ଅଧିକ ଡାକ୍ତର ଓ ପାରାମେଡିକ୍‌ ଉପଲବ୍ଧ ହେବେ। ଫଳରେ ଡାକ୍ତର ଅଭାବ ରହିବ ନାହିଁ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା’ ସ୍ବପ୍ନକୁ ବାସ୍ତବତାରେ ପରିଣତ କରିବା ଲାଗି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ପ୍ରୟାସ ଜାରି ରଖିଛି। ୧୫ଟି ନୂତନ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଯୋଜନାଗୁଡ଼ିକର ସୁଫଳ ରାଜ୍ୟବାସୀଙ୍କ ନିକଟରେ ପହଞ୍ଚାଇବା ଦିଗରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନେ ଉଦ୍ୟମ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓପରିବାର କଲ୍ୟାଣ ମନ୍ତ୍ରଣାଳୟର ସଚିବ ତଥା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ମନୋଜ କୁମାର ଝଲାନି, ଉକ୍ତ ବିଭାଗର କମିଶନର ତଥା ଶାସନ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିବା ସହ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri