ସିଡିଏମ୍‌ଓଙ୍କ ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ

ହିଞ୍ଜିଳିକାଟୁ,୫।୧୦(ଡି.ଏନ୍‌.ଏ.): ଗଞ୍ଜାମ ସିଡିଏମ୍‌ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସରକାରୀ ଯୋଜନାର କାର୍ଯ୍ୟକାରିତା ତଦାରଖ କରିଥିଲେ। ଚିକିତ୍ସା ସମ୍ପର୍କରେ କିଛି ରୋଗୀଙ୍କ ସହ ଆଲୋଚନା କରିବା ପରେ ଆର୍‌ଏମ୍‌ସି ପରିସରରେ ନିର୍ମାଣାଧୀନ ୮୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାର କୋଠା ବୁଲି ଦେଖିଥିଲେ। ସେହିପରି ଡାକ୍ତରଖାନାର ନିର୍ମାଣ ନେଇ ଯନ୍ତ୍ରୀ ଉମା ଶଙ୍କର ପାଢ଼ୀ ସିଡିଏମ୍‌ଓ ପାଣିଗ୍ରାହୀଙ୍କୁ ବୁଝାଇଥିଲେ। ହିଞ୍ଜିଳିକାଟୁ ଡାକ୍ତରଖାନାର ଡା. ପ୍ରତିଭା ସାହୁ, ଡା.ମାଧବ କୁମାର ସାହୁ, ଡା. ଦୁର୍ଗା ପ୍ରସାଦ ପଣ୍ଡା, ଡା. ପରିସ୍ମିତା ସାହୁ, ଡା.ପାର୍ଥସାରଥି, ଫାର୍ମାସିଷ୍ଟ କାର୍ତ୍ତିକେଶ୍ୱର ସାହୁ ପ୍ରମୁଖଙ୍କ ସହ ସିଡିଏମ୍‌ଓ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ମୃତ୍ୟୁବରଣ କରିଥିଲେ। ପବିତ୍ର ଜନ୍ମମାଟି ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri