Posted inଜାତୀୟ

ସିଡିଏସ୍‌ ଦୌଡ଼: ଆଗରେ ଜେନେରାଲ ବିପିନ ରାଓ୍ବତ୍‌

ନୂଆଦିଲ୍ଲୀ, ୧୭ା୮(ପି.ଟି.): ସ୍ଥଳ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ୍‌ ସିଡିଏସ୍‌ ମୁଖ୍ୟ( ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌) ହେବାର ସମ୍ଭାବନା ରହିଛି। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପଦ ଗଠନ ସହ ସ୍ଥଳ, ଜଳ ଓ ଆକାଶ ବାହିନୀ ମଧ୍ୟରେ ସମନ୍ବୟ ରକ୍ଷା ଉପରେ ଗୁରୁତ୍ୱ ଦେଇଥିଲେ। ଜାତୀୟ ସୁରକ୍ଷା ଲାଗି ଯେକୌଣସି ସମୟରେ ଅପରେଶନ କାର୍ଯ୍ୟ ସିଡିଏସ୍‌ଙ୍କ ତତ୍ତ୍ୱାବଧାନରେ ଠିକ୍‌ ଢଙ୍ଗରେ କରାଯାଇପାରିବ। ସ୍ଥଳ, ଜଳ ଓ ଆକାଶ ବାହିନୀର ମୁଖ୍ୟଙ୍କ ଉପରେ ଏହି ପଦ ରହିବ। ବହୁଦିନ ପୂର୍ବରୁ ପ୍ରତିରକ୍ଷା ସଂସ୍କାର ନେଇ ଚିନ୍ତା କରାଯାଇ ଆସୁଥିଲେ ହେଁ ଏବେ ଏହା ସଫଳ ରୂପ ନେବ। ଯୁଦ୍ଧର ନିୟମ ବଦଳୁଛି ଓ ଏଥିଲାଗି ସମନ୍ବୟର ଆବଶ୍ୟକତା ରହିଛି। ତିନି ବାହିନୀର ମୁଖ୍ୟ ରହିଥିଲେ ହେଁ ଏମାନଙ୍କ ମଧ୍ୟରେ ସମନ୍ବୟ ରକ୍ଷାକରିବା ଲାଗି ସିଡିଏସ୍‌ ମୁଖ୍ୟ ରହିବେ। ଖୁବଶୀଘ୍ର ଏହି ପଦ ପୂରଣ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?