Posted inଖେଳ

ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ସଚିନ

ନୂଆଦିଲ୍ଲୀ,୭।୨- ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଶୁକ୍ରବାର ଅଷ୍ଟ୍ରେଲିଆର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ଗସ୍ତ କରି ଷ୍ଟାଡିୟମରେ ତାଙ୍କ ପସନ୍ଦୀୟ ଜାଗା ଦେଖାଇଛନ୍ତି। ଏବେ ତେନ୍ଦୁଲକର ବଶଫାୟାର ବାଶ ମ୍ୟାଚ୍‌ ପାଇଁ ପଣ୍ଟିଂ ଏକାଦଶର କୋଚ୍‌ ଭାବେ ଅଷ୍ଟ୍ରେଲିଆରେ ଅଛନ୍ତି। ୪୬ ବର୍ଷୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଏସ୍‌ସିଜିଠାରେ ୫ ଟେଷ୍ଟ ଖେଳି ୭୮୫ ରନ୍‌ କରିଥିଲେ। ୨୦୦୪ରେ ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ହିଁ ସେ ୨୪୧ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ୨୦୦୩-୦୪ ସିରିଜ୍‌ରେ ତେନ୍ଦୁଲକର ନିଜର ଟ୍ରେଡମାର୍କ ଶଟ୍‌ କଭର ଡ୍ରାଇଭ ଖେଳି ନ ଥିଲେ। ରିକି ପଣ୍ଟିଂ ଏକାଦଶ ଦଳର କୋଚ୍‌ ସଚିନ ପ୍ରଶଂସକଙ୍କୁ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ କ୍ଷୟକ୍ଷତି ଭରଣା ପାଇଁ ଦାନ କରିବାକୁ କହିଛନ୍ତି। ୧୯୮୯ରେ ୧୬ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିବା ସଚିନ ମୋଟ ୩୪,୩୫୭ ରନ୍‌ କରିଛନ୍ତି। ସେ ଦ୍ୱିତୀୟ ସ୍ଥାନରେ ଥିବା ଶ୍ରୀଲଙ୍କାର କୁମାର ସଙ୍ଗକାରା (୨୮,୦୧୬)ଙ୍କ ଠାରୁ ୬ ହଜାର ରନ୍‌ ଆଗରେ ଅଛନ୍ତି। ଦିନିକିଆରେ ୧୮,୪୨୬ ଓ ଟେଷ୍ଟରେ (୧୫,୯୨୧ ରନ୍‌) ସର୍ବାଧିକ ରନ୍‌ କରିବାର ରେକର୍ଡ ମଧ୍ୟ ତାଙ୍କ ନାମରେ ରହିଛି। ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ତମ ଶତକର ରେକର୍ଡ ସହ ସେ ଅନ୍ତର୍ଜାତୀୟ କ୍ରିକେଟରୁ ସେ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri