Posted inଖେଳ

ସିଡ୍‌ନୀ ସିକ୍ସର୍ସ ଜିତିଲା ବିବିଏଲ୍‌ ଟାଇଟଲ୍‌

ସିଡ୍‌ନୀ,୮।୨(ଏଏଫ୍‌ପି): ଅଷ୍ଟ୍ରେଲିଆର ଘରୋଇ ଟି୨୦ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ର ଚଳିତ ସଂସ୍କରଣରେ ସିଡ୍‌ନୀ ସିକ୍ସର୍ସ ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍‌ରେ ମେଲବୋର୍ନ ଷ୍ଟାର୍‌ସକୁ ୧୯ ରନରେ ପରାସ୍ତ କରି ସିଡ୍‌ନୀ ୨ୟ ଥର ଲାଗି ଏହି ସମ୍ମାନଜନକ ଟାଇଟଲ୍‌ ହାସଲ କରିଛି। ପାଖାପାଖି ୨ ମାସ ଧରି ଚାଲିଥିବା ଏହି ପ୍ରତିଯୋଗିତାର ଫାଇନାଲ ଶନିବାର ଅନୁଷ୍ଠିତ ହୋଇଥିଲା। ବର୍ଷା କାରଣରୁ ମ୍ୟାଚ୍‌କୁ ୧୨ ଓଭର ବିଶିଷ୍ଟ କରାଯାଇଥିଲା। ପ୍ରଥମେ ବ୍ୟାଟିଂ କରି ସିଡ୍‌ନୀ ସିକ୍ସର୍ସ ୫ ଉଇକେଟ୍‌ ହରାଇ ୧୧୬ ରନ କରିଥିଲା। ଦଳ ପକ୍ଷରୁ ଜୋଶ୍‌ ଫିଲିପ୍‌ ୫୨, ଷ୍ଟିଭ ସ୍ମିଥ୍‌ ୨୧ ଓ ଜୋଡାର୍ନ ସିଲ୍‌କ ଅପରାଜିତ ୨୭ ରନ କରିଥିଲେ। ପ୍ରତିପକ୍ଷ ବୋଲର ଆଡାମ ଜାମ୍ପା ଓ ଅଧିନାୟକ ଗ୍ଲେନ ମ୍ୟାକ୍ସଓ୍ବେଲ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ସିଡ୍‌ନୀ ନିର୍ଦ୍ଧାରିତ ୧୨ ଓଭରରେ ୬ ଉଇକେଟ୍‌ ହରାଇ ୯୭ ରନ କରିବାକୁ ସମର୍ଥ ହୋଇଥିଲା। ନିକ୍‌ ଲାର୍କିନ ୩୮, ମ୍ୟାକ୍ସଓ୍ବେଲ ୫ ଓ ନାଥନ କୁଲ୍ଟର-ନିଲ ୧୮* ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri