Posted inଜାତୀୟ

ସିଦ୍ଧୁ ଦରମା ନେଉଛନ୍ତି ହେଲେ କାମ କରୁନାହାଁନ୍ତି: ଭାଜପା ନେତା

ନୂଆଦିଲ୍ଲୀ,୯।୭: ପଞ୍ଜାବରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ରାଜନୈତିକ ଟଣା ଓଟରା ଲାଗି ରହିଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସିଦ୍ଧୁଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେବି ଲାଗି ରହିଛି। ଏହାକୁ ନେଇ ଏବେ ପଞ୍ଜାବର ଭାଜପା ନେତା ତରୁଣ ଚୁଗ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି। ତରୁଣ କହିଛନ୍ତି ମନ୍ତ୍ରୀଭାବେ ସିଦ୍ଧୁ ଶପଥ ନେଇଛନ୍ତି ସତ। ହେଲେ ସେ ଯଦି ଲୋକଙ୍କ ପାଇଁ କାମ କରୁ ନାହାଁନ୍ତି ତେବେ ଏହା ସାଧାରଣ ଜନତାଙ୍କ ପ୍ରତି ଏକ ପ୍ରକାର ଅପମାନ। ଏହାସହ ପ୍ରତି ମାସରେ ଦରମା ନେଇ କାମ ନ କରିବା ଆଦୌ ଯୁକ୍ତିଯୁକ୍ତ ନୁହେଁ ବୋଲି ତରୁଣ କହିଛନ୍ତି। ଯଦି ତାଙ୍କର କାମ କରିବାରେ ଇଚ୍ଛା ନାହିଁ ତେବେ ଏହି ଦାୟିତ୍ୱ ଅନ୍ୟ କାହାକୁ ଦିଆଯାଉ ନତେଚ୍‌ ଏହା ଉପରେ କିଛି କାର୍ଯ୍ୟାନୁଷ୍ଠନ ଗ୍ରହଣ କରାଯାଉ ବୋଲି ତରୁଣ ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ସିଦ୍ଧୁଙ୍କ ବିଭାଗରେ ଅଦଳ ବଦଳ କରାଯିବାରୁ ସେ ଏଥିରେ ଅରାଜି ହୋଇ ଏପର୍ଯ୍ୟନ୍ତ ନୂଆ ବିଭାଗର ଦାୟିତ୍ୱ ନେଉ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri