ସିଦ୍ଧୁଙ୍କୁ ଖୋଜିଲେ ଇମ୍ରାନ୍‌: ଭିଡିଓ ଭାଇରାଲ

ଇସ୍‌ଲାମାବାଦ,୧୦।୧୧: କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଶନିବାର କରତାରପୁର କରିଡର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିଲେ। ସେହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏକ ବସ୍‌ରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ବେଳେ ପଚାରୁଛନ୍ତି, ‘କୁଆଡେ ଗଲେ ଆମ ସିଦ୍ଧୁ’। ଆଉ ଏତିକି ବେଳେ ତାଙ୍କ ନିକଟରେ ଥିବା ଲୋକଙ୍କ ମଧ୍ୟରୁ କେହି କହୁଛନ୍ତି ହେଇ ଆସିଗଲେ। ଏତିକି ବେଳେ ଇମ୍ରାନ ସରକାରଙ୍କ ଅନ୍ୟ ଜଣେ ମନ୍ତ୍ରୀ କହିଥିଲେ ଯଦି ଭାରତ ସିଦ୍ଧୁଙ୍କୁ କରତାରପୁର କରିଡର ଆସିବାକୁ ଅଟକାଇଥାଆନ୍ତା ତେବେ ଏହା ଗଣମାଧ୍ୟମର ମୁଖ୍ୟ ଖବର ହୋଇଥାଆନ୍ତା। ହେଲେ ଏବେ ଏହା କେବଳ ଏକ ଖବର ହୋଇଯାଇଛି। ଏତିକି ବେଳେ ଇମ୍ରାନ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ। ତେବେ ଇମ୍ରାସ ଓ ସିଦ୍ଧୁଙ୍କ ମଧ୍ୟରେ ଥିବା ଏହି ସମ୍ପର୍କକୁ ନେଇ ବହୁ ସମାଲୋଚନା ମଧ୍ୟ ହେଉଛି। କାରଣ ସିଦ୍ଧୁ କରତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଇମ୍ରାନଙ୍କୁ ଯେଭଳି ପ୍ରଶଂସା କଲେ ଏହାପରେ କେତେଜଣ ସିଦ୍ଧୁଙ୍କୁ ପାକିସ୍ତାନ ଚାଲିଯିବାକୁ ମଧ୍ୟ ଉପଦେଶ ଦେଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri