Posted inଖେଳ

ସିଧାସଳଖ କ୍ଲବ କ୍ରିକେଟରୁ ଆଇପିଏଲ

ଆଇପିଏଲ ଏଭଳି ଏକ ପ୍ଲାଟଫର୍ମ, ଯେଉଁଠାରେ ପ୍ରାୟତଃ ଅନ୍ତର୍ଜାତୀୟ ଷ୍ଟାରମାନେ ଖେଳନ୍ତି। ମାତ୍ର ଆଇପିଏଲରେ ଏମିତି ଜଣେ ଖେଳାଳି ଅଛନ୍ତି, ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ତ ପର କଥା ସେ ଘରୋଇ କ୍ରିକେଟରେ ମଧ୍ୟ ଖେଳି ନ ଥିଲେ। ଆଉ ଯେଉଁ ବୟସରେ କ୍ରିକେଟରମାନେ ଅବସର ନେଇ ଅନ୍ୟ କାର୍ଯ୍ୟରେ ମନ ଦିଅନ୍ତି, ସେ ବୟସରେ ଆଇପିଏଲରେ ପଦାର୍ପଣ କରିଥିଲେ। ସେ ହେଉଛନ୍ତି ଲେଗ୍‌ ସ୍ପିନର ପ୍ରବୀଣ ତାମ୍ବେ। ୨୦୧୩ରେ ୪୧ ବର୍ଷ ୨୧୨ ଦିନ ବୟସରେ ସେ ଆଇପିଏଲ ପ୍ରଥମ ମ୍ୟାଚ୍‌ ଖେଳିଥିଲେ। ସେହିବର୍ଷ ହିଁ ତାଙ୍କୁ ମୁମ୍ବାଇ ପାଇଁ ରଣ୍‌ଜୀ ଖେଳିବାକୁ ସୁଯୋଗ ମିଳିଥିଲା। ଏହାର ପର ବର୍ଷ ସେ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ କୋଲକୋତା ନାଇଟ ରାଇଡର୍ସ(କେକେଆର୍‌) ବିପକ୍ଷରେ ହ୍ୟାଟ୍ରିକ ନେଇ ଚର୍ଚ୍ଚାକୁ ଆସିଥିଲେ। ୨୦୧୪ ଆଇପିଏଲରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ସ୍ଥାନ ପାଇଥିଲେ। ସେ ଏପର୍ଯ୍ୟନ୍ତ ୩୯ ଟି୨୦ ମ୍ୟାଚ୍‌ରେ ୪୪ ଉଇକେଟ ନେଇସାରିଛନ୍ତି। ତାଙ୍କୁ ପୁଣି ଥରେ ୨୦୨୦ ଆଇପିଏଲରେ ଦେଖିବାକୁ ମିଳିବ। ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ତାଙ୍କୁ କେକେଆର୍‌  କିଣିଛି। ଆଇପିଏଲର ୧୩ତମ ସଂସ୍କରଣର କୌଣସି ମ୍ୟାଚ୍‌ରେ ତାଙ୍କୁ ଖେଳିବାକୁ ସୁଯୋଗ ମିଳିଲେ, ଆଇପିଏଲ ଖେଳିବାରେ ସେ ସବୁଠୁ ବରିଷ୍ଠ ଖେଳାଳି ହେବେ। ତାଙ୍କୁ ଏବେ ୪୮ ବର୍ଷ। କୌତୂହଳର କଥା ହେଉଛି, କେକେଆର୍‌ ଦଳର କୋଚ୍‌ ବ୍ରେଣ୍ଡନ ମ୍ୟାକ୍‌କୁଲମ(୩୮)ଙ୍କଠାରୁ ତାମ୍ବେ ୧୦ ବର୍ଷ ବଡ଼।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri