କାଉନ୍ସିଲ ବ୍ଲଫ୍ସ (ୟୁଏସ୍), ୧୫ା୭ (ପି.ଟି.): ଭାରତର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି. ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍ ସିଧାସଳଖ ଗେମ୍ରେ ବିଜୟ ହାସଲ କରି ଏଠାରେ ଚାଲିଥିବା ୟୁଏସ୍ ଓପନ ସୁପର ୩୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ତୃତୀୟ ସିଡ୍ ଅଲିମ୍ପିକ ଡବଲ୍ସ ପଦକ ବିଜେତା ସିନ୍ଧୁ କୋରିଆର ସଙ୍ଗ୍ ଶୁଓ ୟୁନ୍ଙ୍କୁ ୨୧-୧୪, ୨୧-୧୨ରେ ହରାଇ ଦେଇଛନ୍ତି। ଗତ ସପ୍ତାହରେ ସାନି କାନାଡା ଓପନ ସୁପର ୫୦୦ ଟାଇଟଲ ଜିତିଥିବା ସେନ୍ ୨୧-୮, ୨୩-୨୧ରେ ଚେକ୍ ରିପବ୍ଲିକର ଜାନ୍ ଲୋଡାଙ୍କୁ ମାତ୍ର ୩୯ ମିନିଟ୍ରେ ପରାସ୍ତ କରିଛନ୍ତି। ସିନ୍ଧୁ ବର୍ତ୍ତମାନ ଚାଇନାର ଗାଓ ଫାଙ୍ଗ୍ ଜିଙ୍କୁ ଭେଟିବେ। ପୁରୁଷ ସିଙ୍ଗଲ୍ସରେ ଏକ ଅଲ୍ ଇଣ୍ଡିଆନ ମୁକାବିଲାରେ ତୃତୀୟ ସିଡ୍ ସେନ୍ ଉଦୀୟମାନ ଚେନ୍ନାଇର ୧୯ବର୍ଷୀୟ ଏସ୍. ଶଙ୍କର ମୁଥୁସ୍ବାମୀଙ୍କୁ ଭେଟିବେ। ମୁଥୁସ୍ବାମୀ ହେଉଛନ୍ତି, ୨୦୨୨ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍ ରୌପ୍ୟ ବିଜେତା। ସେ ଇସ୍ରାଏଲ୍ର ମିଶା ଜିଲ୍ବରମାନ୍ଙ୍କ ବିପକ୍ଷରେ ୨୧-୧୮, ୨୧-୨୩, ୨୧-୧୩ରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛନ୍ତି।
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

