Posted inପୁରୀ

ସିପିଆଇ ପକ୍ଷରୁ ବ୍ଲକ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨।୬(ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ ଓ କାଳବୈଶାଖୀ ପ୍ରଭାବରେ ନିମାପଡ଼ାରେ କୃଷି ଓ କୃଷକମାନଙ୍କ ବହୁଳ ଭାବେ କ୍ଷତି ଘଟିଛି। ଏଭଳି ପରିସ୍ଥିତିରେ କୃଷକମାନଙ୍କୁ ଅଣଦେଖା କରାଯିବା ପ୍ରତିବାଦରେ ସିପିଆଇ ନିମାପଡ଼ା ଜୋନାଲ କମିଟି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ନିମାପଡ଼ା ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଏହାସହ ୧୩ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓ ମନୋଜ କୁମାର ବେହେରାଙ୍କୁ ପ୍ରଦାନ କରିଛନ୍ତି। କରୋନା ଯୋଗୁ ବକେୟା କୃଷି ଋଣ ଛାଡ଼ କରିବା, ଖରିଫ ଚାଷ ପାଇଁ କୃଷକଙ୍କୁ ମାଗଣାରେ ସାର, ବିହନ, କୀଟନାଶକ ଯୋଗାଇବା, ବିନା ସୁଧରେ କୃଷି ଋଣ ଦେବା, ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନାକୁ କୃଷି କ୍ଷେତ୍ରରେ ବିନିଯୋଗ କରାଯିବା, ଚାଷୀ ଓ ମୂଲିଆଙ୍କ ପେନ୍‌ସନ୍‌ ଦେବା, ପ୍ରବାସୀ ଶ୍ରମିକଙ୍କୁ ୧୦ହଜାର ଟଙ୍କା ସହାୟତା ପ୍ରଦାନ ଆଦି ଦାବି ଅନ୍ତର୍ଭୁକ୍ତ। ବିକ୍ଷୋଭରେ ସିପିଆଇ ନେତା ଦେବେନ୍ଦ୍ର ନାଥ ସାହୁ, କୃଷ୍ଣଚନ୍ଦ୍ର ରାଉତ, ସନାତନ ପାତ୍ର, ପ୍ରଫୁଲ୍ଲ ସାହୁ, ଦଣ୍ଡପାଣି ସାହୁ, ସନ୍ତୋଷ ବେହେରା, ମହେନ୍ଦ୍ର ବାରିକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri