ସିପିପି ନିଷିଦ୍ଧାଞ୍ଚଳରେ ଟିକ୍‌ଟକ୍‌: ଶ୍ରମିକଙ୍କ ଗେଟ୍‌ପାସ୍‌ ଜବତ

ବଅଁରପାଳ, ୧୨ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳସ୍ଥିତ ନାଲ୍‌କୋ ସିପିପି ପ୍ଲାଣ୍ଟର ନିଷିଦ୍ଧାଞ୍ଚଳରେ ଜଣେ ଠିକା ଶ୍ରମିକ ଟିକ୍‌ଟକ୍‌ ଭିଡିଓ ଶୁଟିଂ କରିବା ମହଙ୍ଗା ପଡିଛି। ସୋସିଆଲ ମିଡିଆରେ ଉକ୍ତ ଭିଡିଓ ଭାଇରାଲ ହେବା ପରେ ସମ୍ପୃକ୍ତ ଶ୍ରମିକଙ୍କଠାରୁ ଗେଟ୍‌ପାସ ଜବତ କରାଯାଇଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ନାଲ୍‌କୋ ସିପିପି ପ୍ଲାଣ୍ଟର ସ୍ବିଚ୍‌ ୱାର୍ଡରେ କାମ କରୁଥିବା ଶ୍ରମିକ ଜଣକ ପ୍ଲାଣ୍ଟ ଭିତରେ ଟିକଟିକ୍‌ ଭିଡିଓ କରି ଭାଇରାଲ କରିଥିଲେ। ପ୍ଲାଣ୍ଟ ଭିତରର ଫଟୋ କିମ୍ବା ଭିଡିଓ କେହି ଉତ୍ତୋଳନ ନ କରିବାର ନିୟମ ଥିଲେ ମଧ୍ୟ ଶ୍ରମିକ ଜଣକ ତାହାର ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଫଳରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ କମ୍ପାନୀ ପକ୍ଷରୁ ତାଙ୍କ ଗେଟ୍‌ପାସ ଜବତ କରାଯାଇଛି। ଏ ନେଇ ନାଲ୍‌କୋର ଜନୈକ ବରିଷ୍ଠ ଅଧିକାରୀ କହିଛନ୍ତି, ସମ୍ପୃକ୍ତ ଠିକା ଶ୍ରମିକ ପ୍ଲାଣ୍ଟ ପରିସରର ନିଷିଦ୍ଧାଞ୍ଚଳରେ ଯେଉଁ ଟିକ୍‌ଟକ୍‌ କରିଛନ୍ତି ତାହା ବେଆଇନ। ଏଥିପାଇଁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କ ଗେଟ୍‌ ପାସ୍‌ ଜବତ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri