ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା

ଭଞ୍ଜନଗର, ୧୯ା୫(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏଭଳି ସ୍ଥିତିରେ ସୋମବାର କଂଗ୍ରେସ ପକ୍ଷରୁ ଘଟଣାର ସିବିଆଇ ତଦନ୍ତ ଦାବି କରାଯାଇଛି। ଏଥିସହ ସତ୍ୟବାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ଦାବି ହୋଇଛି। ନଚେତ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ପିସିସିର ଏକ ପ୍ରତିନିଧିମଣ୍ଡଳୀ ସୋମବାର ସତ୍ୟବାନଙ୍କ ପରିବାରକୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି । ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ନେତୃତ୍ୱରେ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ସନ୍ତୋଷ ନାୟକ, ବିଜୟ ସାହୁ, ଶମ୍ଭୁନାଥ ପାଣିଗ୍ରାହୀ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସ୍ବରୂପା ତ୍ରିପାଠୀ, ପିସିସି ସଭ୍ୟ ଦେବୀ ବିଷୋୟୀ, ପ୍ରଶାନ୍ତ ବିଷୋୟୀ, ବିଦ୍ୟାଧର ପ୍ରଧାନ ପ୍ରମୁଖ ବାରୁଡ଼ା ଯାଇ ସତ୍ୟବାନଙ୍କ ପରିବାରକୁ ଭେଟିଥିଲେ। ବିଧାୟକ ଜେନା ୨୫ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଅନ୍ୟପକ୍ଷରେ ପ୍ରବାସୀ ଓଡ଼ିଆ ସମାଜ, ସୁରଟ ପକ୍ଷରୁ ସତ୍ୟବାଦଙ୍କ ପରିବାକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୁରଟ ପ୍ରବାସୀ ଓଡ଼ିଆ ସମାଜର ସଭାପତି ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri