ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା

ଭଞ୍ଜନଗର, ୧୯ା୫(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏଭଳି ସ୍ଥିତିରେ ସୋମବାର କଂଗ୍ରେସ ପକ୍ଷରୁ ଘଟଣାର ସିବିଆଇ ତଦନ୍ତ ଦାବି କରାଯାଇଛି। ଏଥିସହ ସତ୍ୟବାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ଦାବି ହୋଇଛି। ନଚେତ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ପିସିସିର ଏକ ପ୍ରତିନିଧିମଣ୍ଡଳୀ ସୋମବାର ସତ୍ୟବାନଙ୍କ ପରିବାରକୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି । ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ନେତୃତ୍ୱରେ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ସନ୍ତୋଷ ନାୟକ, ବିଜୟ ସାହୁ, ଶମ୍ଭୁନାଥ ପାଣିଗ୍ରାହୀ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସ୍ବରୂପା ତ୍ରିପାଠୀ, ପିସିସି ସଭ୍ୟ ଦେବୀ ବିଷୋୟୀ, ପ୍ରଶାନ୍ତ ବିଷୋୟୀ, ବିଦ୍ୟାଧର ପ୍ରଧାନ ପ୍ରମୁଖ ବାରୁଡ଼ା ଯାଇ ସତ୍ୟବାନଙ୍କ ପରିବାରକୁ ଭେଟିଥିଲେ। ବିଧାୟକ ଜେନା ୨୫ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଅନ୍ୟପକ୍ଷରେ ପ୍ରବାସୀ ଓଡ଼ିଆ ସମାଜ, ସୁରଟ ପକ୍ଷରୁ ସତ୍ୟବାଦଙ୍କ ପରିବାକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୁରଟ ପ୍ରବାସୀ ଓଡ଼ିଆ ସମାଜର ସଭାପତି ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି।...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri