ସିଭିଲ୍‌ ହସ୍ପିଟାଲର ଅବସ୍ଥା କାଳକୋଠରୀଠାରୁ ଅଧିକ ଖରାପ: ଗୁଜରାଟ ହାଇକୋର୍ଟ

ଅହମଦାବାଦ,୨୪।୫: ଗୁଜରାଟରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣ ପ୍ରଭାବିତ ରାଜ୍ୟ ତାଲିକାରେ ଗୁଜରାଟ ତୃତୀୟ ସ୍ଥାନରେ ରହିଛି। ଏଠାରେ ଇତିମଧ୍ୟରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟାରେ ମହାରାଷ୍ଟ୍ର ଆଗରେ ଥିବାବେଳେ ଏହାପଛକୁ ଗୁଜରାଟର ସ୍ଥାନ ରହିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ଗୁଜରାଟ ହାଇକୋର୍ଟ ସରକାରଙ୍କୁ ଭର୍ସନା କରିଛନ୍ତି। ରାଜ୍ୟରେ ଥିବା ସିଭିଲ୍‌ ହସ୍ପିଟାଲର ଅବସ୍ଥା ଜେଲ୍‌ର କାଳକୋଠରୀଠାରୁ ଅଧିକ ଖରାପ ବୋଲି ହାଇକୋର୍ଟ କହିଛନ୍ତି। କୋଭିଡ୍‌-୧୯କୁ ନେଇ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ବିଚାରପତି ଜେ.ବି. ପର୍ଦିଓ୍ବାଲା ଏବଂ ଇଲେଶ ଭୋରାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି କହିଛନ୍ତି। ସିଭିଲ୍‌ ହସ୍ପିଟାଲର ଅବସ୍ଥାକୁ ଖଣ୍ଡପୀଠ ପକ୍ଷରୁ ବୁଡୁଥିବା ଟାଇଟାନିକ୍‌ ଜାହାଜ ସହିତ ତୁଳନା କରାଯାଇଛି। ସିଭିଲ୍‌ ହସ୍ପିଟାଲରେ ବର୍ତ୍ତମାନ ସୁଦ୍ଧା ୩୭୭ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ଘଟିଥିବା ମୋଟ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟାର ଏହା ୪୫ ପ୍ରତିଶତ ବୋଲି କୁହାଯାଉଛି। ସିଭିଲ୍‌ ହସ୍ପିଟାଲର ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ସଚିବ ପଙ୍କଜ କୁମାର, ସଚିବ ମିଲନ୍ଦ ତରଓ୍ବାନେ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ସଚିବ ଜୟନ୍ତୀ ରାବିଙ୍କୁ ଏନେଇ ଖଣ୍ଡପୀଠଙ୍କ ପକ୍ଷରୁ ଜବାବ ତଲବ କରାଯାଇଛି। ହସ୍ପିଟାଲର ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟମନ୍ତ୍ରୀ ନୀତିନ ପଟେଲ ଏବଂ ମୁଖ୍ୟ ସଚିବ ଅନୀଲ୍‌ ମୁକିମ୍‌ ଅବଗତ ଅଛନ୍ତି କି ନାହିଁ ସେ ନେଇ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ସିଭିଲ୍‌ ହସ୍ପିଟାଲରେ ଆବଶ୍ୟକ ସଂଖ୍ୟକ ଭେଣ୍ଟିଲେଟର ନ ଥିବାରୁ କରୋନା ସଂକ୍ରମିତଙ୍କ ଚିକିତ୍ସାରେ ବାଧା ଉପୁଜୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri