ଖ୍ରୀଷ୍ଟଚର୍ଚ୍ଚ,୨୬।୧- ଏଠାରେ ରବିବାର ଖେଳାଯାଇଥିବା ତୃତୀୟ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଏ’ ୫ ରନ୍ରେ ଭାରତ ଏ’କୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ଘରୋଇ ନ୍ୟୁଜିଲାଣ୍ଡ ଏ’ ୨-୧ ବ୍ୟବଧାନରେ ଜିତିନେଇଛି। ୨୭୧ ରନ୍ର ବିଜୟ ଲକ୍ଷ୍ୟର ପିଛା କରୁଥିବା ଭ୍ରମଣକାରୀ ଭାରତୀୟ ଦଳକୁ ମ୍ୟାଚ୍ ଜିତିବା ପାଇଁ ଅନ୍ତିମ ଓଭରରେ ୭ ରନ୍ ଦରାକାର ଥିଲା। ସେତେବେଳେ ଭାରତ ଏ’ ୮ ଉଇକେଟ ହରାଇ ସାରିଥିବାବେଳେ ଇଶାନ କିଷନ ୭୦ ରନ୍ କରି ଅପରାଜିତ ଥିଲେ। ମାତ୍ର ଓଭରର ଦ୍ୱିତୀୟ ବଲରେ କିଷନ ଏକ ସିଙ୍ଗଲ ନେଇଥିଲେ। ପରବର୍ତ୍ତୀ ଦୁଇ ବଲରେ ଦୁଇ ବ୍ୟାଟ୍ସମ୍ୟାନ ଆଉଟ୍ ହୋଇଥିଲେ। ଫଳରେ ୪୯.୪ ଓଭରରେ ୨୬୫ ରନ୍ରେ ଅଲଆଉଟ୍ ହୋଇଯାଇଥିଲା। ଦଳ ପାଇଁ ଇନ ଫର୍ମ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ୫୫, ରୁତୁରାଜ ଗାଏକ୍ୱାଡ ୪୪ ଓ ଅକ୍ଷର ପଟେଲ ୩୨ ରନ୍ କରିଥିଲେ। ବିଜୟୀ ଦଳ ପକ୍ଷରୁ କାଇଲ ଜେମିସନ ୪ ଓ ଏଜାଜ ପଟେଲ ୩ ଉଇକେଟ ହାତେଇଥିଲେ। ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳ ମାର୍କ ଚାପମ୍ୟାନ ୧୧୦ ଓ ଟଡ ଆଶଲେଙ୍କ ୫୬ ରନ୍ର ଇନିଂସ ଯୋଗୁ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୨୭୦ ରନ୍ କରିଥିଲା। ଭାରତ ଲାଗି ବୋଲିଂରେ ଇଶାନ ପୋରେଲ ୩ ଓ ରାହୁଲ ଚହର ୨ ଉଇକେଟ ହାସଲ କରିଥିଲେ।
ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା
ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…
‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍ ଜଗତରେ ଚର୍ଚ୍ଚା ଜୋର…
ପ୍ରଥମ ମ୍ୟାଚ୍ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍ରେ ଟିମ୍ରୁ ବିଦା! ଚମକାଇଲା ନିଷ୍ପତ୍ତି
ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…
କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍ ଇଣ୍ଡିଆରେ ବଡ଼ ଦାୟିତ୍ୱ
ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…
ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା
କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…
କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…
କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ
ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…
ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍
ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…
Archives

