ସିଲ୍‌ ହେଲା ହୋଟେଲ ଦେବଭୂମି

ପୁରୀ ଅଫିସ,୨୫ା୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ ମାନି ବଳିଆପଣ୍ଡାସ୍ଥିତ ହୋଟେଲ ଦେବଭୂମି ଖୋଲାଯିବା ସହ ପ୍ରଶାସନକୁ ନ ଜଣାଇ ୩ଜଣ ବିଦେଶୀ ପର୍ଯ୍ୟଟକଙ୍କୁ ରଖାଯାଇଥିଲା। ଫଳରେ ମଙ୍ଗଳବାର ପ୍ରଶାସନ ଏହି ହୋଟେଲକୁ ସିଲ୍‌ କରିଛି। ପ୍ରଶାସନର ନିୟମ ଅବମାନନା କରିବା ଅଭିଯୋଗରେ ହୋଟେଲ ଦେବଭୂମି ବିରୋଧରେ ବଳିଆପଣ୍ଡା ଥାନାରେ ମାମଲା ରୁଜୁ କରାଯାଇଛି। ଅତିରିକ୍ତ ତହସିଲଦାର ସରୋଜ କୁମାର ସ୍ବାଇଁଙ୍କ ଏତଲା ଭିତ୍ତିରେ ଏଭଳି ପଦକ୍ଷେପ ନିଆଯାଇଛି। ସମ୍ପୃକ୍ତ ୩ ବିଦେଶୀ ପର୍ଯ୍ୟଟକଙ୍କୁ ପ୍ରଶାସନ ହେପାଜତରେ ନିଆଯାଇ ଭୁବନେଶ୍ୱର ବିମାନବନ୍ଦରରେ ଛଡ଼ାଯାଇଛି। ଏମାନଙ୍କ ମଧ୍ୟରୁ ଜଣେ ଜର୍ମାନୀ ଓ ୨ଜଣ ୟୁକ୍ରେନର ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri