ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ ଜିଲାପାଳ ପୂର୍ବରୁ ଏନ୍‌ଏଚଏଆଇ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଥିଲେ ା ମାତ୍ର ଏହା ଉପରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ବୈଠକରେ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି। ପୁଣି ଏନ୍‌ଏଚଏଆଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିବାକୁ ଜିଲାପାଳ ବୈଠକରେ ଆରଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବ୍ରହ୍ମପୁର ହଳଦିଆପଦର ନିକଟରେ ଏନ୍‌ଏଚ୍‌ ଉପରେ ଫ୍ଲାଇଓଭର ନିର୍ମାଣ ଉପରେ ଆଲୋଚନା ହୋଇଥିଲା ା ହୁମ୍ମା ଶୁଖୁଆ ହାଟ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ ପ୍ରସ୍ତାବ ଥିବା ସୂଚନା ଦିଆଯାଇଛି। ଏନ୍‌ଏଚ୍‌ରେ ସିସି କ୍ୟାମେରା ଲଗାଇବାକୁ ଗତ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା ା ଏହା ମଧ୍ୟ କାର୍ଯ୍ୟକାରୀ ହୋଇନି ା ଏ ନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଉଦ୍‌ବେଗ ପ୍ରକାଶ କରିବା ସହ କେବେ ଏହା ଲାଗିବ ଜଣାଇବାକୁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ ପ୍ରଶ୍ନ କରିଥିଲେ ା ୨ ମାସ ମଧ୍ୟରେ ଇଚ୍ଛାପୁରଠାରୁ ପୁଇଁତଳା ପର୍ଯ୍ୟନ୍ତ ୬୦ କି.ମି. ଏନଏଚ୍‌ରେ ସିସି କ୍ୟାମେରା ଲାଗିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଏହାର କଣ୍ଟ୍ରୋଲ ରୁମ୍‌ ଇଚ୍ଛାପୁରରେ ରହିବ ବୋଲି କୁହାଯିବାରୁ ଜିଲାପାଳ ଓ ଏସ୍‌ପି ନାପସନ୍ଦ କରିଥିଲେ। ଛତ୍ରପୁର ଆର୍‌ଟିଓ ଅଫିସ ଓ ହଳଦିଆପଦର ନୂଆବସଷ୍ଟାଣ୍ଡରେ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରିବାକୁ ସେମାନେ କହିଥିଲେ ା ବିନା ଲାଇସେନ୍ସରେ ଟ୍ରକ୍‌ ଚଳାଉଥିବା ଏବଂ କେତେକ ଗାଡିର ନମ୍ବର ପ୍ଲେଟ୍‌ ନଥିବା ସମ୍ପର୍କରେ ଟ୍ରାକିଂ କରି ଆପ୍‌ ଦ୍ୱାରା ଜଣାପଡିଛି। ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା ଏନଏଚ୍‌ରେ ଅବାଧରେ ବୁଲୁଥିବା ଗୋରୁଙ୍କୁ ଧରି ଗୋପାଳକମାନଙ୍କୁ ଦେବାକୁ ଏନଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି ା ସେହିପରି ବସ ଛାତ ଉପରେ ଯାତ୍ରୀ ପରିବହନ ଏବଂ ଅତ୍ୟଧିକ ଯାତ୍ରୀ ପରିବହନ କରାଗଲେ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ, ଆରଟିଓ ସଞ୍ଜୟ ବିଶ୍ୱାଳଙ୍କ ସମେତ ଏନ୍‌ଏଚ୍‌ଏଆଇ ଅଧିକାରୀ, ରାସ୍ତା ଓ କୋଠାବାଡି, ଗ୍ରାମ୍ୟ ଉନ୍ନୟନ ନିର୍ବାହୀଯନ୍ତ୍ରୀ, ଟ୍ରକ୍‌ ଓ ବସ୍‌ ମାଲିକ ସଂଘର କର୍ମକର୍ତ୍ତା, କମିଟି ସଦସ୍ୟ ଅନିଲ ପାଢୀ ଓ ବସନ୍ତ ମହାରଣାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri