Posted inରାଜ୍ୟ

ସୀମା ଚେକ୍‌ ପଏଣ୍ଟରେ ସମନ୍ବିତ ପରିଚାଳନା, ଏସ୍‌ଓପି ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ଦେଶର ବିଭିନ୍ନ ଭାଗରେ ଅଟକି ରହିଥିବା ଓଡ଼ିଆ ମାନେ ରାଜ୍ୟକୁ ଫେରିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ସମନ୍ବିତ ଢଙ୍ଗରେ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମ୍ମିଳିତ ଉଦ୍ୟମ ଜାରି ରଖିଛନ୍ତି। ବିଶେଷ ଭାବେ ରାଜ୍ୟ ସୀମାରେ କରାଯାଇଥିବା ଚେକ୍‌ ପଏଣ୍ଟଗୁଡ଼ିକରେ ସମନ୍ବିତ ପରିଚାଳନା କରିବାକୁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଗୃହ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ପରିବହନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷେତ୍ର ସ୍ତରରେ ଏହି ସମନ୍ବୟର ଠିକ୍‌ ରୂପାୟନ ନିମନ୍ତେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ ଜେନା ନିର୍ଦ୍ଧାରିତ କାର୍ଯ୍ୟାନ୍ବୟନ ପଦ୍ଧତି (ଏସ୍‌ଓପି) ଜାରି କରିଛନ୍ତି। ଏହି ଏସ୍‌ଓପିକୁ ସମସ୍ତ ଜିଲାପାଳ, ଏସ୍‌ପି, ପୌରାଞ୍ଚଳ କମିଶନର, ଆଞ୍ଚଳିକ ପରିବହନ ଅଧିକାରୀ ଓ ପରିବହନ କମିଶନରଙ୍କୁ ପଠାଯାଇଛି।

ଏସ୍‌ଓପି ଅନୁସାରେ ସୀମା ଚେକ୍‌ ପଏଣ୍ଟଗୁଡ଼ିକୁ ପୋଲିସ ବିଭାଗ ପରିଚାଳନା କରିବ। ଅତିକମ୍‌ରେ ଇନ୍ସପେକ୍ଟର ପାହ୍ୟାର ଅଧିକାରୀ ସୀମା ଚେକ୍‌ ପଏଣ୍ଟର ଦାୟିତ୍ୱରେ ରହିବେ। ଚେକ୍‌ ପଏଣ୍ଟର ବିଭିନ୍ନ କାର୍ଯ୍ୟ ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ ମାନବସମ୍ବଳ ଓ ଆବଶ୍ୟକ ସରଞ୍ଜାମ ଯୋଗାଇଦେବେ। ପ୍ରତି ଚେକ୍‌ ପଏଣ୍ଟରେ ଏକ ସ୍ବାସ୍ଥ୍ୟ ସେବା ଟିମ୍‌ ସଂପୃକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ମୁତୟନ କରିବେ। ପୂର୍ବ ନିର୍ଦ୍ଧାରିତ ନିୟମ ଅନୁସାରେ ଚେକ୍‌ ପଏଣ୍ଟରେ ଓଡ଼ିଶାକୁ ଆସୁଥିବା ସମସ୍ତ ଗାଡ଼ି କିମ୍ବା ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରୁଥିବା ଗାଡ଼ିଗୁଡ଼ିକର ପଞ୍ଜୀକୃତ ତଥ୍ୟ ଭିତ୍ତି ଯାଞ୍ଚ କରାଯିବ। ଓଡ଼ିଶାକୁ ଫେରୁଥିବା ସମସ୍ତ ବ୍ୟକ୍ତିଙ୍କ ଡାହାଣ ହାତ କହୁଣି ତଳେ ଷ୍ଟାମ୍ପ ଲଗାଯିବ, ଯାହାକି କ୍ବାରାଣ୍ଟାଇନ୍‌ ଅବଧି ନିଦ୍ଧର୍ର୍ାରଣ ବେଳେ କାମରେ ଆସିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି। ଚେକ୍‌ ପଏଣ୍ଟ ପାଖରେ ତଥ୍ୟ ଯାଞ୍ଚ ପରେ ଓଡ଼ିଶା ଭିତରେ ଗାଡ଼ିର ଗତିପଥ ଏବଂ ଗନ୍ତବ୍ୟସ୍ଥଳ ବାବଦରେ ଗାଡ଼ିରେ ଏକ ଷ୍ଟିକର ଲଗାଯିବ, ଯାହାକି ରାଜ୍ୟ ଭିତରେ ଗାଡ଼ିର ଯିବା ଆସିବା ପାଇଁ ପରମିଟ୍‌ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି। ଓଡ଼ିଶା ଭିତରକୁ ପ୍ରବେଶ କରିବା ନିମନ୍ତେ ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ, ଗଞ୍ଜାମ, ମୟୂରଭଞ୍ଜ, ଝାରସୁଗୁଡ଼ା, ରାୟଗଡ଼ା, ନୂଆପଡ଼ା, ବାଲେଶ୍ୱର, ବରଗଡ଼, ମାଲକାନଗିରି ଆଦି ସୀମାବର୍ତ୍ତୀ ଜିଲାଗୁଡ଼ିକରେ ୧୨ଟି ‘ସୀମା ଚେକ୍‌ ପଏଣ୍ଟ’ ନିର୍ଦ୍ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri