ସୀମା ଟପିଲେ ଟ୍ରମ୍ପ୍‌: ଟେକିବାକୁ ଯାଇ କହିଲେ,ମୋଦି ଭାରତର ଜନକ

ନ୍ୟୁୟର୍କ,୨୫-୯:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବାକୁ ଯାଇ ମର୍ଯ୍ୟାଦାର ସୀମା ଟପିଯାଇଛନ୍ତି। ୭୪ତମ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ) ପରିପ୍ରେକ୍ଷୀରେ ଦ୍ୱିପାକ୍ଷିକ ବୈଠକ ପରେ ସେ ମୋଦିଙ୍କୁ ଭାରତର ଜନକ ଭାବେ ଅଭିହିତ କରିଛନ୍ତି।
ଟେକ୍ସାସ୍‌ର ହ୍ୟୁଷ୍ଟନ ସହରରେ ରବିବାର ଅନୁଷ୍ଠିତ ‘ହାଓଡି ମୋଦି’ ମେଗା ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପ୍‌ଙ୍କୁ ପ୍ରଶଂସାରେ ପୋତି ଦେଇଥିଲେ। ଏପରି କି ‘ଅବ୍‌କୀ ବାର୍‌ ଟ୍ରମ୍ପ୍‌ ସରକାର’ (ଏଥର ଟ୍ରମ୍ପ୍‌ ସରକାର) ବୋଲି ମୋଦି କହିଥିଲେ, ଯାହାକୁ ନେଇ ଭାରତରେ ବିବାଦ ସୃଷ୍ଟି ହୋଇଛି। ଟ୍ରମ୍ପ୍‌ ପୁଣିଥରେ ରାଷ୍ଟ୍ରପତି ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବାରୁ ମୋଦି ତାଙ୍କ ପ୍ରଚାର କରି ଭାରତର ବହିର୍ବ୍ୟାପାର ନୀତିର ଉଲ୍ଲଂଘନ କରିଥିବା କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ସମାଲୋଚନା କରିଛନ୍ତି। ଏହାର ଦୁଇଦିନ ପରେ ନ୍ୟୁୟର୍କ ସହରସ୍ଥିତ ଜାତିସଂଘ ମୁଖ୍ୟାଳୟରେ ୟୁଏନ୍‌ଜିଏ ଚାଲିଥିବାବେଳେ ମଙ୍ଗଳବାର ଭାରତୀୟ ସମୟ ରାତି ୯ଟା ୪୫ରେ ଦୁଇନେତା ପୁଣି ଏକାଠି ହୋଇଥିଲେ। ମୋଦି ଓ ଟ୍ରମ୍ପ୍‌ ଏହି ପରିପ୍ରେକ୍ଷୀରେ ଦ୍ୱିପାକ୍ଷିକ ବୈଠକ ପରେ ମିଳିତ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଟ୍ରମ୍ପ୍‌ ‘ହାଓଡି ମୋଦି’ କାର୍ଯ୍ୟକ୍ରମ ସମ୍ପର୍କରେ ଅବତାରଣା କରିବାକୁ ଯାଇ ପ୍ରଧାନମନ୍ତ୍ରୀଙ୍କୁ ଆମେରିକୀୟ ଗାୟକ ତଥା ଅଭିନେତା ଏଲ୍‌ଭିସ୍‌ ପ୍ରେସ୍‌ଲିଙ୍କ ସହ ତୁଳନା କରିଥିଲେ। ମୋଦି ହେଉଛନ୍ତି ‘ଭାରତର ଏଲ୍‌ଭିସ୍‌’। ତାଙ୍କର ଲୋକପ୍ରିୟତା ଏଲ୍‌ଭିସ୍‌ଙ୍କ ଭଳି, ଯାହାକି ଏନ୍‌ଆର୍‌ଜି ଷ୍ଟାଡିୟମ୍‌ରେ ଉପସ୍ଥିତ ଭିଡ଼ର ଭଲପାଇବା ପ୍ରମାଣିତ କରିଛି। ଟ୍ରମ୍ପ୍‌ଙ୍କ ପ୍ରଶଂସା ଏତିକିରେ ସୀମିତ ନ ଥିଲା। ସେ ଆହୁରି କହିଥିଲେ, ମୋଦି ଭାରତର ଜନକ। ଭାରତ ଓ ଆମେରିକା ମଧ୍ୟରେ ଖୁବ୍‌ଶୀଘ୍ର ଏକ ବାଣିଜି୍ୟକ ଚୁକ୍ତି ସ୍ବାକ୍ଷର ହେବାକୁ ଯାଉଛି। ସେହିପରି ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଟ୍ରମ୍ପ୍‌ କହିଥିଲେ, ପାକିସ୍ତାନକୁ ମୋଦି ଏକ ଉଚ୍ଚ ଓ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ମୋଦି ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଦୁଇଜଣ ମହାନ୍‌ ଭଦ୍ରଲୋକ। ଉଭୟେ ପରସ୍ପରକୁ ଜାଣନ୍ତି ଓ ମିଳିମିଶି କାମ କରିବେ। ଅନୁରୂପ ଭାବେ ମୋଦି ମଧ୍ୟ ଟ୍ରମ୍ପ୍‌ଙ୍କୁ ହ୍ୟୁଷ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ଧନ୍ୟବାଦ ଦେଇଥିଲେ। ସେ କହିଥିଲେ, ଟ୍ରମ୍ପ୍‌ ତାଙ୍କର ବନ୍ଧୁ, ସେ ଭାରତର ମଧ୍ୟ ଜଣେ ଭଲ ବନ୍ଧୁ। ଭାରତ ଓ ଆମେରିକା ମଧ୍ୟରେ ରବିବାର ଏକ ବାଣିଜି୍ୟକ ଚୁକ୍ତି ସ୍ବାକ୍ଷର ହୋଇଛି। ଚୁକ୍ତି ଅନୁସାରେ ଭାରତୀୟ କମ୍ପାନୀ ପେଟ୍ରୋନେଟ୍‌ ଶକ୍ତି କ୍ଷେତ୍ରରେ ୨.୫ ବିଲିୟନ ଡଲାର ନିବେଶ କରିବ। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ମୋଦି ପୁନଃ ନିର୍ବାଚିତ ହେବା ପରେ ୪ ମାସ ମଧ୍ୟରେ ଟ୍ରମ୍ପ୍‌ଙ୍କ ସହ ଏହା ଥିଲା ତାଙ୍କର ଚତୁର୍ଥ ସାକ୍ଷାତ ଆଲୋଚନା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri